ଓଏଚ୍‌ଆର୍‌ସିରେ ୪୦ ପ୍ରତିଶତ କର୍ମଚାରୀ ପଦ ଖାଲି: ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ଆଇନଜୀବୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମାନବୀକ ଅଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ୬୯ ପଦବୀ ରହିଥିବାବେଳେ ୪୦ ପ୍ରତିଶତ ଅର୍ଥାତ୍‌ ୨୭ଟି ଖାଲି ପଡିଛି। ଏହାକୁ ପୂରଣ କରାଯାଉ ନ ଥିବାରୁ ମାମଲାଗୁଡ଼ିକର ଫଇସଲାରେ ଅହେତୁକ ବିଳମ୍ବ ଘଟୁଛି। ଏନେଇ ଆଇନଜୀବୀ ବିଶ୍ୱପ୍ରିୟ କାନୁନ୍‌ଗୋ, ବିଜୟ ପଣ୍ଡା, ଗାଲେଖ ପ୍ରସାଦ ନାୟକ ଓ ଶୁଭାଶିଷ ପଣ୍ଡା ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଶ୍ୱପ୍ରିୟ କହିଛନ୍ତି, ମାନବିକ ଅଧିକାର ଉଲ୍ଲଂଘନ ଅଭିଯୋଗ ବୃଦ୍ଧି ପାଉଛି। ୧୫ହଜାର ମାମଲା ପଡ଼ି ରହିଥିବାବେଳେ ପ୍ରତିଦିନ ଅତ୍ୟନ୍ତ ୩୦ ମାମଲା ଦାଏର ହେଉଛି। ହେଲେ ଓଏଚ୍‌ଆର୍‌ସିରେ ଖାଲି ପଡ଼ିଥିବା ପଦବୀ ପୂରଣ କରାଯାଉନାହିଁ। ଏପରି କି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ ପଦବୀ ବି ଖାଲି ପଡିଛି। ମାମଲା ପଞ୍ଜୀକରଣଠାରୁ ନଥି ପ୍ରସ୍ତୁତ କରିବା, ଅଧ୍ୟକ୍ଷଙ୍କ ସମେତ ଦୁଇ ସଦସ୍ୟଙ୍କ ନିକଟରେ ମାମଲା ଦାଖଲ କରାଇବା, ଆଦେଶ ଟାଇପ୍‌ ଓ ଡେସ୍‌ପ୍ୟାଚ୍‌ କରିବା ପାଇଁ ଆବଶ୍ୟକ କର୍ମଚାରୀ ନାହାନ୍ତି। କମିଶନରଙ୍କର ଫୁଲ୍‌ ବେଞ୍ଚ ଥିଲେ ମଧ୍ୟ ସାଧାରଣ ଜନତା ତା’ର ସୁଫଳ ପାଇପାରୁ ନାହାନ୍ତି। ତୁରନ୍ତ ଆବଶ୍ୟକ ସଂଖ୍ୟକ ଷ୍ଟେନୋଗ୍ରାଫର, ପେସ୍କାର, ଗ୍ରୁପ୍‌-ଡି କର୍ମଚାରୀ ନିଯୁକ୍ତି ପାଇଁ ରାଜ୍ୟ ରାଜ୍ୟପାଳଙ୍କୁ ନିବେଦନ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri