ଓଏମ୍‌ସିର ୬୮ତମ ପ୍ରତିଷ୍ଠା ଦିବସ

ନୂଆଦିଲ୍ଲୀ,୧୭।୫: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ୬୮ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ସ୍ଥାନୀୟ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଓଡ଼ିଶା ସରକାରଙ୍କ ଅଧୀନ ଓଏମ୍‌ସି ଏକ ଦାୟିତ୍ୱବାନ୍‌ ତଥା ଏକ ମର୍ଯ୍ୟାଦାପୂର୍ଣ୍ଣ କର୍ପୋରେଟ ସଂସ୍ଥା ଭାବେ ଜଣାଶୁଣା। ଏପରିକି ଓଡ଼ିଶାକୁ ଏକ ଦ୍ରୁତ ପ୍ରଗତିଶୀଳ, ଶିଳ୍ପୋନ୍ନତ ତଥା ଅର୍ଥନୈତିକ ଭାବେ ସଶକ୍ତ ରାଜ୍ୟରେ ପରିଣତ କରିବା ଲାଗି ସମଗ୍ର ଓଡ଼ିଶାବାସୀଙ୍କ ଥିବା ଆକାଂକ୍ଷାକୁ ସଫଳ କରିବା ଦିଗରେ ଅହରହ ଚେଷ୍ଟା ଚଳାଇଛି ବୋଲି ମଲ୍ଲିକ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ସେହିଭଳି ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଏମ୍‌ସିର ଅଧ୍ୟକ୍ଷ ଦେଓରଞ୍ଜନ କୁମାର ସିଂ କହିଥିଲେ, ସାରା ଭାରତରେ ଓଏମ୍‌ସି ଚତୁର୍ଥ ବୃହତ୍‌ ଲୁହାପଥର ଉତ୍ପାଦନକାରୀ କମ୍ପାନୀ ଭାବେ ପରିଗଣିତ ହେଉଛି। ଏପରିକି ଓଏମ୍‌ସିରେ ଏକ ସୁବର୍ଣ୍ଣଯୁଗର ଅୟମାରମ୍ଭ ମଧ୍ୟ ହୋଇଛି। ସେହିପରି ନିଗମ କର୍ମଚାରୀଙ୍କ ନିଷ୍ଠାପର ଉଦ୍ୟମ ଏବଂ ଟିମ୍‌ୱାର୍କ ବଳରେ କମ୍ପାନୀ ସଫଳତାର ନୂତନ ପାହାଚ ଚଢ଼ି ଚାଲିଛି। ଏହା ପ୍ରକୃତରେ ପ୍ରଶଂସାଯୋଗ୍ୟ ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ବିଶେଷକରି ନିଗମ କର୍ମଚାରୀଙ୍କ ଉନ୍ନତି ହିଁ ଆମର ପରମ ଲକ୍ଷ୍ୟ ହେବା ଉଚିତ ତା’ ସହ ଖଣି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଉନ୍ନତି ଏବଂ ପରିବେଶର ସୁରକ୍ଷା ବି ଆମର ମୂଳଲକ୍ଷ୍ୟ ହେବା ଉଚିତ ବୋଲି ସିଂ ମତପ୍ରକାଶ କରିଛନ୍ତି। ଏହି ଅବସରରେ ନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା କର୍ମଚାରୀଙ୍କୁ ବିଭିନ୍ନ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଓଏମ୍‌ସିର ବିତ୍ତ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ମାନବ ସମ୍ବଳ ନିର୍ଦ୍ଦେଶକ ଆଲୋକ କୁମାର ପାଳ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri