ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତୀରମାଡ଼ରେ ଜଣେ କର୍ମଚାରୀ ଗୁରୁତର ହୋଇଥିବା ବେଳେ ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି।


ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ଦୈତାରୀ ଥାନା ଅନ୍ତର୍ଗତ ଦୈତାରୀ ଓଏମ୍‌ସି ମାଇନସରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ ବସ୍‌ଟି ଦୈତାରୀରୁ ବଳିପର୍ବତ ଅଭିମୁଖେ ଆସୁଥିବା ସମୟରେ ତାରିଣୀ ଗେଟ୍‌ ନିକଟରେ ବସ ଉପରକୁ ଦୁର୍ବୃତ୍ତମାନେ ତୀରମାଡ଼ କରିଥିଲେ। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣଙ୍କ ଯାଜପୁର ଅଞ୍ଚଳର ଉତ୍ତମ ମହାନ୍ତ ବୋଲି ଜଣାପଡ଼ିଛି। ସେ କେସିସି ଠିକା କମ୍ପାନୀରେ କାମ କରୁଛନ୍ତି। ତୀରଟି ସିଧା ଉତ୍ତମଙ୍କ ପେଟରେ ପଶି ଯାଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ କଳିଙ୍ଗନଗରସ୍ଥ ଟାଟା ମେଡିକାଲରେ ଭର୍ତ୍ତି କରାଯାଇଥିଲା।  ସେଠାରେ ଦୀର୍ଘ ୪ଘଣ୍ଟା ଅପରେଶନ କରାଯାଇ ତୀରଟି ବାହାର କରାଯାଇଛିଅନ୍ୟପକ୍ଷରେ ଉକ୍ତ ବସ ମଧ୍ୟରେ ଅନେକ ତୀର ଏବେ ବି ଲାଗିରହିଛି । ତୀରମାଡ଼ର କାରଣ ଅସ୍ପଷ୍ଟ ଥିବାବେଳେ ଏହା ୟୁନିୟନ ବିବାଦ କିମ୍ବା କିଛି ଦିନ ପୂର୍ବରୁ ହୋଇଥିବା ଜନଶୁଣାଣିକୁ ନେଇ ଏହିଭଳି କାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି। କିଛି ବର୍ଷ ପୂର୍ବରୁ ମଧ୍ୟ ଏହିଭଳି ତୀରମାଡ଼ ହୋଇଥିବାର ନଜିର ରହିଛି । ପୋଲିସର ତଦନ୍ତ ପରେ ସତ୍ୟାସତ୍ୟ ଲୋକଲୋଚନକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri