ଭୁବନେଶ୍ୱର,୧୬।୯ (ବ୍ୟୁରେ):ବହୁ ଚର୍ଚ୍ଚିତ ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗ୍ରାମର ଲକ୍ଷ୍ମଣ ନାୟକ ଓ ମୋନାଲିସା ନାୟକଙ୍କ ୨ ବର୍ଷର ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍ ପିହୁ ନିଖୋଜ ହେବା ଘଟଣାକୁ ୨ ବର୍ଷ ପୂରିଛି। ଗାଁ ଦାଣ୍ଡରେ ଖେଳୁଥିବାବେଳେ ପିହୁ ନିଖୋଜ ହୋଇଥିଲେ। ଏନେଇ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଏଯାବତ ଖୋଜି ପାଇପାରିନାହିଁ। ଏଥିସହ ପିହୁଙ୍କୁ ଖୋଜିଆଣିବା ଲାଗି ରାଜ୍ୟ ସରକାର ଓ ପୋଲିସ ବିଭାଗର ସମସ୍ତ ନ୍ୟାୟିକା ବ୍ୟବସ୍ଥାରେ ମା’ ମୋନାଲିସା ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ତେଣୁ ନ୍ୟାୟ ସହ ମାମଲାର ସିବିଆଇ ତଦନ୍ତ ଦାବିରେ ମୋନାଲିସା ଯାଜପୁରରୁ ଭୁବନେଶ୍ୱର ଆସି ସଂଘର୍ଷ କରୁଛନ୍ତି। ଏଥିସହ ଗୁରୁବାରଠାରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଓଏସ୍ସିପିସିଆର୍) କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।
ମୋନାଲିସାଙ୍କ କହିବାନୁଯାୟୀ, ସିବିଆଇ ତଦନ୍ତ ସୁପାରିଶ କରିବା ପାଇଁ ଅଗଷ୍ଟ ୨୯ରେ ଶିଶୁ ଅଧିକାର ସୁରକ୍ଷା କମିଶନଙ୍କୁ ଲିଖିତ ନିବେଦନ କରିଥିଲେ। ହେଲେ ସରକାର କାହିଁକି ସିବିଆଇ ତଦନ୍ତ ଲାଗି ସୁପାରିଶ କରୁନାହାନ୍ତି ବୋଲି ଏନେଇ ସେ ପ୍ରଶ୍ନ କରିଛନ୍ତି। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ ଅଧ୍ୟକ୍ଷା ସାବତୀ ପ୍ରଧାନ କହିଛନ୍ତି, ଆମ ପକ୍ଷରୁ ସବୁ ପ୍ରୟାସ କରାଯାଉଛି। ଜିଲାପାଳ, ଏସ୍ପି ଓ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ସହ ଆଲୋଚନା କରିଛି। ଏଥିସହ ପିହୁ ମା’ଙ୍କ ଦାବିପତ୍ରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ସୁପାରିଶ କରିଛି, ସେମାନେ ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେହିପରି ଅନୁଗୋଳରେ ମଧ୍ୟ ଗୋଟେ ସୂଚନା ଆସିଲା ୨ ବର୍ଷ ହେଲା ଗୋଟିଏ ଝିଅ ହଜିଥିଲା, ସେ ମିଳିଛି। ଏନେଇ ମୋନାଲିସାଙ୍କୁ ଫଟୋ ଦେଖାଇଥିଲୁ, କିନ୍ତୁ ସେ ତାଙ୍କ ଝିଅ ନୁହେଁ ବୋଲି ମନା କଲେ। କେନ୍ଦ୍ରପଡା, ଅନୁଗୋଳ, ଢେଙ୍କାନାଳ, ଜଗତ୍ସିଂପୁର ଜିଲାପାଳଙ୍କୁ ମଧ୍ୟ ଚିଠି ଲେଖିଥିବା ସେ କହିଛନ୍ତି। ଏହି ଘଟଣା ନେଇ ଗୃହ ବିଭାଗ ଓ ସରକାରଙ୍କ ବିଭିନ୍ନ ବିଭାଗ ସହ ଆଲୋଚନ କରିବେ। ଏଥିସହ ସିସିଆଇ ଅନୁଷ୍ଠାନକୁ ବହୁ ନିଖୋଜ ପିଲା ଆସୁଛନ୍ତି। ସୂଚନା ମିଳିଲେ ତୁରନ୍ତ ଜଣାଇବୁ ବୋଲି ସନ୍ଧ୍ୟାବତୀ କହିଛନ୍ତି।
ଏପଟେ କୌଣସି ବ୍ୟକ୍ତି ପିହୁଙ୍କ ସମ୍ପର୍କରେ ଜଣାଇଲେ ପୁରସ୍କାର ଦିଆଯିବ ବୋଲି ବିଞ୍ଝାରପୁର ଥାନା ଆଇଆଇସି ରଞ୍ଜିତ ମହାନ୍ତି ଘୋଷଣା କରିବା ସହ ଏନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି।
ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…
କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ
ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…
ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା
କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…
‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ
ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…
ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ
କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…
ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର
ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…
Archives

