ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍‌ରୁମ୍‌ରେ ପଡ଼ିଯିବା ଫଳରେ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁରୁବାର ଅପରାହ୍ନ ୩ଟା ୧୫ରେ ତାଙ୍କର ମୃତ୍ୟୁ ଘଟିଥିଲେ। ଏହି ସମୟରେ ତାଙ୍କର ବଡ଼ପୁଅ ଦେବଦର୍ଶୀ ମିଶ୍ର, ମଝିଆ ପୁଅ ପ୍ରିୟଦର୍ଶୀ ମିଶ୍ର ଓ ସାନପୁଅ ବିଶ୍ୱଦର୍ଶୀ ମିଶ୍ର, ତିନିଝିଅଙ୍କ ସମେତ ପ୍ରିୟଦର୍ଶୀଙ୍କ ପତ୍ନୀ ରୋଜାଲିନୀ ପାଟଶାଣୀ ମିଶ୍ର ଉପସ୍ଥିତ ରହିଥିଲେ। ସ୍ବର୍ଗତ ଜଗନ୍ନାଥ ମିଶ୍ର ବାଲିପାଟଣା ଚଣାହାଟ ହାଇସ୍କୁଲ୍‌ରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଗତ ୨ ବର୍ଷ ତଳେ ତାଙ୍କର ମୃତ୍ୟୁ ହୋଇଥିଲା। ଦେବଦର୍ଶୀ ବରିଷ୍ଠ ପ୍ରଫେସର ଭାବେ ଅରୁଣାଚଳ ପ୍ରଦେଶରେ କାର୍ଯ୍ୟରତ। ସ୍ବର୍ଗତା ମିଶ୍ର ଜଣେ ପରୋପକାରୀ, ଧର୍ମପରାୟଣା ଓ ସମାଜସେବୀ ଭାବରେ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ପରିଚିତ ଥିବାରୁ ତାଙ୍କ ମୃତ୍ୟୁରେ ବାଲିପାଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ହସ୍ପିଟାଲରୁ ତାଙ୍କ ମରଶରୀରକୁ ବାଲିପାଟଣାସ୍ଥିତ ତାଙ୍କ ଗ୍ରାମକୁ ଶେଷଦର୍ଶନ ଲାଗି ନିଆଯାଇଥିଲା। ଗୁରୁବାର ରାତିରେ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri