ଓକିଲଙ୍କ ଆନ୍ଦୋଳନ ପ୍ରତ୍ୟାହୃତ: ଆଜିଠାରୁ ସ୍ବାଭାବିକ ହେବ ଭୁବନେଶ୍ୱର କୋର୍ଟ

ଭୁୁବନେଶ୍ୱର, ୬ା୭(ବ୍ୟୁରୋ): ଓକିଲଙ୍କୁ ଆକ୍ରମଣ ଘଟଣା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଗତ ୨୦ ତାରିଖରୁ କାର୍ଯ୍ୟ ବନ୍ଦ ଚାଲିଥିଲା। ଏଥିଯୋଗୁ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ଓ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏଥିସହ ମାମଲାର ବିଚାର ହୋଇ ନ ପାରିବାରୁ ନ୍ୟାୟ ପାଇବାରେ ବିଳମ୍ବ ହୋଇଥିଲା। ଇତିମଧ୍ୟରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ ହାଇକୋର୍ଟରୁ ଆଗୁଆ ଜାମିନ ପାଇଛନ୍ତି। ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଏକ ବୈଠକ ବସିଥିଲା। ବହୁ ସମୟ ଧରି ଆଲୋଚନା କରାଯିବା ପରେ ଶେଷରେ ଆନ୍ଦୋଳନ ପ୍ରତ୍ୟାହୃତ କରାଯାଇଥିଲା। ଏ ସମ୍ପର୍କରେ ଆସୋସିଏଶନ ସଭାପତି ଧୀରେନ୍ଦ୍ର ପଟ୍ଟନାୟକ ସୂଚନା ଦେଇ ଶନିବାରଠାରୁ ସ୍ବାଭାବିକ ଭାବେ କୋର୍ଟ କାର୍ଯ୍ୟ ଚାଲୁରହିବ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଏକ ଜମିର ସୀମା ନିର୍ଦ୍ଧାରଣକୁ ନେଇ ଦୁଇଜଣ ଓକିଲଙ୍କୁ ଉକ୍ତ ଅଞ୍ଚଳର ୬ଜଣ ବ୍ୟକ୍ତି ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜଣେ ଓକିଲ ଗୁରୁତର ଆହତ ହୋଇଥିଲେ। ଏନେଇ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ ପ୍ରଥମେ ମାମଲା ରୁଜୁ କରି ବସି ପଡିଥିଲା। ଶେଷରେ ଭୁବନେଶ୍ୱର ବାର ଆସୋସିଏଶନ ଆନ୍ଦୋଳନକୁ ଓହ୍ଲାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri