ଓଜନିଆ ହେବ ନାହିଁ ସ୍କୁଲ ବ୍ୟାଗ୍‌:ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨।୮(ବ୍ୟୁରୋ):ଏଣିକି ସ୍କୁଲ ବ୍ୟାଗ ଓଜନ କରାଯିବ। ଆବଶ୍ୟକଠାରୁ ଅଧିକ ଓଜନ ରହିଲେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବ୍ୟାଗ୍‌ ଓଜନକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଯେଉଁ ନିର୍ଦ୍ଦେଶାବଳୀ (ଗାଇଡ୍‌ ଲାଇନ) ରହିଛି ତାକୁ ପାଳନ କରିବା ପାଇଁ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲରେ କେବଳ ଏସ୍‌ସିଇଆର୍‌ଟି କିମ୍ବା ଏନ୍‌ସିଇଆର୍‌ଟି ଦ୍ୱାରା ପରିଚାଳିତ ପୁସ୍ତକ ବ୍ୟବହାର କରିବା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାଙ୍କୁ ଘରପାଠ (ହୋମ୍‌ ଓ୍ବାର୍କ) ନ ଦେବା ଭଳି ନିୟମକୁ ପାଳନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଏ ନେଇ ବିଭାଗ ପକ୍ଷରୁ ଗୁରୁବାର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏହି ନିୟମକୁ ଠିକ୍‌ ଭାବେ ପାଳନ କରାଯାଉଛି କି ନାହିଁ ତାହା ତଦାରଖ କରିବା ପାଇଁ କୁହାଯାଇଛି। ଏହାର ତଦାରଖ ନିମନ୍ତେ ଜିଲାପାଳଙ୍କ ଅଧୀନରେ ଜିଲାସ୍ତରୀୟ ସ୍କ୍ବାଡ୍‌ ଗଠନ ଲାଗି ପରାମର୍ଶ ଦିଆଯାଇଛି। ଏଥିରେ ଜିଲା ଶିକ୍ଷାଧିକାରୀ ଓ ଡିପିସିମାନେ ରହିବେ। ଜିଲାପାଳ ଚାହିଁଲେ ବ୍ଲକ୍‌ ଶିକ୍ଷାଧିକାରୀ, ଡିସିପିଓ, ପୋଲିସ ଅଧିକାରୀ, ସାମାଜିକ ଅନୁଷ୍ଠାନଗୁଡ଼ିକର କର୍ମକର୍ତ୍ତାଙ୍କୁ ସଦସ୍ୟ ଭାବେ ରଖିପାରିବେ। ଏହି ସ୍କ୍ବାଡ୍‌ ଯେ କୌଣସି ସମୟରେ ସରକାରୀ ଓ ଘରୋଇ ସ୍କୁଲଗୁଡ଼ିକୁ ଅଚାନକ ପରିଦର୍ଶନ କରିବେ। ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ସଂକ୍ରାନ୍ତରେ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଉକ୍ତ ଚିଠିରେ ଲେଖାଯାଇଛି। ଏଥିଯୋଗୁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri