ଓଜନ କମାଇବ ବ୍ରେକ୍‌ଫାଷ୍ଟ

ସାଧାରଣତଃ ସକାଳ ଜଳଖିଆ ନ ଖାଇଲେ ଶରୀରରେ ନାନା ସମସ୍ୟା ଉପୁଜିଥାଏ ବୋଲି ଡାକ୍ତରମାନେ କହିଥାଆନ୍ତି। ହେଲେ ସାମାନ୍ୟ ବିଳମ୍ବରେ ଯଦି ସକାଳର ଜଳଖିଆ ଗ୍ରହଣ କରାଯାଏ ତେବେ ଏହା ମେଦବହୁଳ ଲୋକଙ୍କ ପାଇଁ ବେଶ୍‌ ଉପକାରୀ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ୟୁନିଭର୍ସିିଟି ଅଫ୍‌ ସୁରେ ଦ୍ୱାରା କରାଯାଇଥିବା ଏହି ଗବେଷଣା ଅନୁଯାୟୀ, ୯୦ ମିନିଟ୍‌ ବିଳମ୍ବରେ ଯେଉଁମାନେ ବ୍ରେକ୍‌ ଫାଷ୍ଟ କରନ୍ତି ସେମାନଙ୍କର ଓଜନ ହ୍ରାସ ପାଇଥାଏ। କାରଣ ଏହାଦ୍ୱାରା ଶରୀରର ଚର୍ବି କମିଯାଇଥାଏ। କେବଳ ସେତିକି ନୁହେଁ ସେହି ଅନୁଯାୟୀ ନିୟମିତ ଭାବେ ରାତ୍ର ଭୋଜନକୁ ବି ସାମାନ୍ୟ ବିଳମ୍ବରେ ଖାଇଲେ ଏହା ଶରୀରରେ ମେଦ ହ୍ରାସ କରିବାରେ ସହାୟକ ହୋଇଥାଏ ବୋଲି ଉକ୍ତ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଯେଉଁମାନେ ନିୟମିତ ଭାବେ ଏପରି ଅଭ୍ୟାସ କରନ୍ତି ସେମାନଙ୍କର ମେଦ ହ୍ରାସ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri