Posted inରାଜ୍ୟ

ଓଜେଇଇ ଦେଲେ ୩୦ହଜାର ଛାତ୍ରୀଛାତ୍ର

ଭୁବନେଶ୍ୱର, ୧ ୯।୫(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ୨୦ ସହରର ୫୩ଟି କେନ୍ଦ୍ରରେ ପ୍ରାୟ ୩୦ହଜାର ଛାତ୍ରୀଛାତ୍ର ଅଫ୍‌ଲାଇନ୍‌ରେ ଏହି ପରୀକ୍ଷା ଦେଇଛନ୍ତି। ଦୁଇଟି ସିଟିଂରେ ପରୀକ୍ଷା ହୋଇଥିଲା। ପ୍ରଥମ ସିଟିଂ ସକାଳ ୯ଟାରୁ ୧୨ଯାଏ ବି. ଫାର୍ମା ଓ ୯ଟାରୁ ୧୦ ଯାଏ ଆଇଏମ୍‌ବିଏ, ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଫାର୍ମା ଓ ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଟେକ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେହିପରି ଦ୍ୱିତୀୟ ସିଟିଂ ୨ଟାରୁ ୪ଟା ଯାଏ ଲାଟେରାଲ୍‌ ଏଣ୍ଟ୍ରି ଟୁ ବି.ଟେକ୍‌ ଫର୍‌ ଡିପ୍ଲୋମା ଷ୍ଟୁଡେଣ୍ଟସ୍‌ ଅନୁଷ୍ଠିତ ହୋଇଥିଲା। ଜୁନ୍‌ ପ୍ରଥମ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ହେବାକୁ ଥିବା କମ୍ପ୍ୟୁଟର ବେସ୍‌ଡ ପରୀକ୍ଷା ପାଇଁ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ କହିଛନ୍ତି। ସୂଚନାଯୋଗ୍ୟ, ମେ’ ୧୨ରେ ଅଫ୍‌ଲାଇନ ଓ ୧୩ରେ ଅନ୍‌ଲାଇନ ଓଜେଇଇ ହେବାର ଥିଲା। କିନ୍ତୁ ବାତ୍ୟା ‘ଫନୀ’ ଯୋଗୁ ପରୀକ୍ଷାକୁ ଘୁଞ୍ଚାଯାଇଥିଲା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri