ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍‌ ବିଜ୍ଞାପନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍‌ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି ବିଜ୍ଞାପନରୁ ଦୂରେଇ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ୍‌ ୨୧ରେ ଏକ ସ୍ଥାନୀୟ ଖବରକାଗଜରେ ଓଜେଇଇ-୨୦୧୯ ନାମରେ ଏକ ବିଜ୍ଞାପନ ପ୍ରକାଶ ପାଇଥିଲା। ସେଥିରେ ବି.ଟେକ୍‌ କୋର୍ସରେ ଆଡ୍‌ମିଶନ ସହିତ ଓଜେଇଇ ହେଲ୍‌ପଲାଇନ୍‌ ଭାବେ ଦୁଇଟି ମୋବାଇଲ୍‌ ଫୋନ୍‌ ନମ୍ବର ଦିଆଯାଇଥିଲା। ଏ ସମ୍ବନ୍ଧରେ ଓଜେଇଇ ପକ୍ଷରୁ ବୁଧବାର ଏକ ସ୍ପଷ୍ଟୀକରଣ ଦିଆଯାଇଛି। ଓଜେଇଇ-୨୦୧୯ ସହିତ ଏହି ବିଜ୍ଞାପନର କୌଣସି ସମ୍ପର୍କ ନାହିଁ। ସେଥିରେ ଲିଖିତ ହେଲ୍‌ପଲାଇନ୍‌ ନମ୍ବର ମଧ୍ୟ ଓଜେଇଇର ନୁହେଁ। ତେଣୁ ଉକ୍ତ ବିଜ୍ଞାପନ ସମ୍ପୂର୍ଣ୍ଣ ଜାଲ୍‌। ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ଉଦ୍ଦେଶ୍ୟରେ ଏହି ଜାଲ୍‌ ବିଜ୍ଞାପନ ପ୍ରକାଶ କରାଯାଇଛି ବୋଲି ଓଜେଇଇ ପକ୍ଷରୁ ସ୍ପଷ୍ଟୀକରଣରେ କୁହାଯାଇଛି। ଓଜେଇଇ କମିଟି ପକ୍ଷରୁ ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ଏ ସମ୍ପର୍କରେ ସତର୍କ କରାଯାଇଛି। ଛାତ୍ରୀଛାତ୍ରମାନେ ଓଜେଇଇର ସରକାରୀ ଓ୍ବେବ୍‌ସାଇଟ୍‌ (www.ojee.nic.in/www.odishajee.com)ରେ ଓଜେଇଇ ୨୦୧୯ର କାଉନ୍‌ସିଲିଂ ଓ ଆଡ୍‌ମିଶନ ସଂକ୍ରାନ୍ତ ସମସ୍ତ ନିୟମାବଳୀ, ସୂଚନା ଏବଂ ନିର୍ଦ୍ଦେଶନାମାକୁ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଏ ସମ୍ପର୍କରେ କୌଣସି ଅସୁବିଧା ବା ସନ୍ଦେହ ହେଲେ ଛାତ୍ରୀଛାତ୍ର ଓ ଅଭିଭାବକ ଗଣ୍ଡମୁଣ୍ଡାସ୍ଥିତ ଓଜେଇଇ କାର୍ଯ୍ୟାଳୟ ସହ ସମ୍ପର୍କ କରିପାରିବେ କିମ୍ବା ୦୬୭୪-୨୩୮୨୧୦୧, ୦୬୭୪-୨୩୮୨୧୦୮ ଫୋନ୍‌ ନମ୍ବରରେ ଯୋଗାଯୋଗ କରିପାରିବେ ବୋଲି ଓଜେଇଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri