ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ ଭାବରେ ଗୁରୁବାର ଜମି କ୍ରୟ କରିଛନ୍ତି। ଏଥିପାଇଁ ସତ୍ୟବାଦୀ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ବିକ୍ରି ଦଲିଲ ସମ୍ପାଦନ କରାଯାଇଛି। ସତ୍ୟବାଦୀ ଗୋପିନାଥ ଦେବ ଦେବୋତ୍ତର ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ମିଶ୍ର ଏବଂ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ଓଡିଆ ବିଶ୍ୱ ବିଦ୍ୟାଳୟର ସ୍ବତନ୍ତ୍ର ଅଧିକାରୀ(ଓଏସ୍‌ଡି) ଜୟନ୍ତ ନାରାୟଣ ଷଡଙ୍ଗୀ ସତ୍ୟବାଦୀ ଉପନିବନ୍ଧକ ସନ୍ତୋଷ କୁମାର ପତିଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ହୋଇ ପ୍ରସ୍ତୁତ କରାଯାଇଥିବା ଦଲିଲରେ ସ୍ବାକ୍ଷର କରିଛନ୍ତି। ଜମି କିଣା ବିକା ନିୟମ ଅନୁଜାୟୀ ଜମିର କ୍ରେତା ଓଡିଆ ବିଶ୍ୱ ବିଦ୍ୟାଳୟର ଓଏସ୍‌ଡିଙ୍କ ପକ୍ଷରୁ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ ଏବଂ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପକ୍ଷରୁ ମନ୍ଦିର ସୁପରଭାଇଜର ବିଶ୍ୱନାଥ ମହାପାତ୍ର ଏହି ଦେଣେନେଣ ପ୍ରକ୍ରିୟାରେ ଚିହ୍ନଟକାରୀ ରହିଛନ୍ତି ।

ଓଡିଆ ଭାଷା ସାହିତ୍ୟକୁ ଅଧିକ ରୁଦ୍ଧିମନ୍ତ କରିବା ଲକ୍ଷ୍ୟରେ ସତ୍ୟବାଦୀ ବକୂଳବନରେ ଓଡିଆ ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଥିଲେ। ତଦନୂଜାୟୀ ଗତବର୍ଷ ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଐତିହାସିକ ବକୁଳବନରେ ବିଶ୍ୱ ବିଦ୍ୟାଳୟ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri