ବାଲେଶ୍ୱର ଅଫିସ,୧୭।୧-ବାଲେଶ୍ୱର କବିତୀର୍ଥ ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ତରଫରୁ ୩ଦିନ ଧରି ପାଳିତ ହୋଇଆସୁଥିବା ଫକୀରମୋହନ ଜୟନ୍ତୀ ଶେଷ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ପରିଷଦର ଉପସଭାପତି ଦୀନବନ୍ଧୁ ଲେଙ୍କା ସଭାପତିତ୍ୱ କରିଥିଲେ।
ମୁଖ୍ୟବକ୍ତା ଭାବେ ବିଶିଷ୍ଟ କଥାକାର ନିବାରଣ ଜେନା ଯୋଗଦେଇ ଯେକୌଣସି ଦୃଷ୍ଟାନ୍ତ ବିନା ଫକୀରମୋହନ ସାଧାରଣ ଭାଷାରେ ସଂସ୍କାରମୂଳକ ସାହିତ୍ୟ ସର୍ଜନା କରିଥିଲେ। ଯେ ପର୍ଯ୍ୟନ୍ତ ଓଡ଼ିଆ ସାହିତ୍ୟ, ଓଡ଼ିଶା ପ୍ରଦେଶ, ଓଡ଼ିଶାବାସୀ ଥିବେ ସେପର୍ଯ୍ୟନ୍ତ ଫକୀରମୋହନ ଅମର ରହିବେ। ସମ୍ମାନିତ ଅତିଥି ଭାବରେ ସାହିତି୍ୟକ ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ଯୋଗଦେଇ ଫକୀରମୋହନଙ୍କ ବହୁ ଦୁର୍ମୂଲ୍ୟ ଲେଖା ଏଯାବତ ପ୍ରକାଶିତ ହୋଇନାହଁି। ସାହିତ୍ୟ ପରିଷଦ ତରଫରୁ ପାଳିତ ଏହି ଜୟନ୍ତୀ ଉତ୍ସବ ଫକୀରମୋହନ ସାହିତ୍ୟର ବହୁ ନୂତନ ଦିଗନ୍ତ ଉନ୍ମୋଚନର ଭିତ୍ତିପ୍ରସ୍ତର ସ୍ଥାପନ କରିଛି। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲା ସଂସ୍କୃତି ଅଧିକାରୀ ମନସ୍ବିନୀ ରାଉତ ଯୋଗଦେଇ ଫକୀରମୋହନ ଓଡ଼ିଆ ଭାଷାର ଧ୍ରୁବତାରା। ସେ ତତ୍କାଳୀନ ସମୟର ଓଡ଼ିଶାର ସାମାଜିକ ସ୍ଥିତି, ଅର୍ଥନୈତିକ ସ୍ଥିତି ଓ ଶୋଷଣକୁ ଖୁବ୍ ନିର୍ଭୀକ ଭାବରେ ଉପସ୍ଥାପନ କରିଛନ୍ତି। ଅତିଥି ଭାବେ ପୂର୍ବତନ ନଗରପାଳ ଆଲୋକ କୁମାର ସାହୁ ଯୋଗଦେଇ ଫକୀରମୋହନ ଓ ଫକୀରମୋହନ ସାହିତ୍ୟ ପରିଷଦର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିବା ସହିତ ପରିଷଦର ପତାକାକୁ ଅବତରଣ କରିଥିଲେ। ପରିଷଦ ସମ୍ପାଦକ ଡା. କୁମାର ଗୋପାଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକାରୀ ସମ୍ପାଦକ ଡ. ସାରଙ୍ଗଧର ତ୍ରିପାଠୀ ଅତିଥିଙ୍କୁ ମଞ୍ଚକୁ ଆହ୍ବାନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ଶିଳ୍ପୀ ସଞ୍ଜୟ ରାଉଳ ଚକଖଡ଼ିରେ ଫକୀରମୋହନଙ୍କ ମୂର୍ତ୍ତି ଖୋଦିତ କରି ଅତିଥିଙ୍କୁ ପ୍ରଦାନ କରିଥିଲେ। ତତ୍ସହିତ ପ୍ରଫେସର ଡ. କରୁଣାକର ଦାସଙ୍କ ‘ଶ୍ରୀଧର ସ୍ବାମୀଙ୍କ କୃତ କାର୍ତ୍ତିକ ଭାଷ୍ୟର ଓଡ଼ିଆ ଅନୁବାଦ ସହ ଶ୍ରୀ ଶ୍ରୀ ବିଷ୍ଣୁପୁରାଣ’ ପୁସ୍ତକ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। କୋଷାଧ୍ୟକ୍ଷ ତପନ ରାୟ ଓ ଉପସଭାପତି ପ୍ରଦୀପ ଚାଟାର୍ଜୀ ଉଦ୍ଯାପନୀ ଉତ୍ସବ ପରିଚାଳନାରେ ସହାୟତା କରିଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…
ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ
ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…
ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ
ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…
ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…
କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…
ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

