ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି ପାଇଁ ରାଜ୍ୟ ସରକାରଙ୍କର ତିଳେ ମାତ୍ର ଦରଦ ନାହିଁ। ଓଡ଼ିଆ ଭାଷାର ଉନ୍ନତି ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି ଗୃହକୁ ଜଣାନ୍ତୁ।
ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ ଦଳର ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି କହିଲେ ଯେ, ରାଜ୍ୟ ସରକାର ଓଡ଼ିଆ ଭାଷା ଓ ସଂସ୍କୃତି ପାଇଁ କେତେ ଅର୍ଥ ବ୍ୟୟ ବରାଦ କରିଛନ୍ତି। କେନ୍ଦ୍ର ସରକାର ଏଥିପାଇଁ କେତେ ଟଙ୍କା ଦେଇଛନ୍ତି। ଭାଷାର ଉନ୍ନତି ପାଇଁ କେନ୍ଦ୍ର ସରକାର ୯୦ ଭାଗ ଓ ରାଜ୍ୟ ସରକାର ୧୦ ଭାଗ ଅର୍ଥ ଖର୍ଚ୍ଚ କରିବା କଥା । କେନ୍ଦ୍ର ସରକାରଙ୍କ ଉପରେ ଏ ନେଇ ରାଜ୍ୟ ସରକାର ଚାପ ସୃଷ୍ଟି କରିଛନ୍ତି କି? ଏ ନେଇ ମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ। ବାଚସ୍ପତି ଏ ନେଇ ରୁଲିଂ ଦେବାକୁ ତାରା ଅଡି ବସିଲେ। ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କଲେ। କଂଗ୍ରେସର ଅନ୍ୟ ସଭ୍ୟମାନେ ମଧ୍ୟ ଓଡ଼ିଆ ଭାଷା ଓ ସଂସ୍କୃତି କ୍ଷେତ୍ରରେ ସରକାର କି ପଦକ୍ଷେପ ନେଇଛନ୍ତି ତୁରନ୍ତ ମନ୍ତ୍ରୀ ଗୃହରେ ଉତ୍ତର ଦେବାକୁ ସେମାନେ ଦାବି କରି ହୋ-ହଲ୍ଲା କରିଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଥିଲେ ଯେ, ରାଜ୍ୟ ସରକାର ରାଜ୍ୟ ସଭା ସିଟ୍‌ ମାଗଣାରେ ଦେଇଦେଉଛନ୍ତି। କେନ୍ଦ୍ରରୁ ୩ଶହ କୋଟି ଟଙ୍କା ଭାଷାର ସୁରକ୍ଷା ପାଇଁ ମିଳିବା କଥା। ଏ ପର୍ଯ୍ୟନ୍ତ ଟଙ୍କାଟିଏ କାହିଁକି ମିଳିନି। କଂଗ୍ରେସ ସଭ୍ୟଙ୍କ ହୋ-ହଲ୍ଲାକୁ ଦେଖି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଗୃହରେ ବିବୃତିି ଦେବା ପାଇଁ ବାରସ୍ପତି ରୁଲିଂ ଦେବା ସହିତ ଗୃହକୁ ୧୫ ମିନିଟ୍‌ ପାଇଁ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri