Posted inରାଜ୍ୟ

ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସବୁ ସଚେତନ ନାଗରିକ ଉଦ୍ୟମ କରିବା ବାଞ୍ଛନୀୟ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମଙ୍ଗଳବାର ଅଭିଲେଖାଗାରରେ ଅନୁଷ୍ଠିତ ‘ସଂସ୍କୃତି ଚର୍ଚ୍ଚା’ରେ ମନ୍ତ୍ରୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର ସାଂସ୍କୃତିକ ବୈଶିଷ୍ଟ୍ୟକୁ ଅଧିକ ପ୍ରସାରିତ ତଥା ଆଦୃତ କରିବା ଦିଗରେ ବିଭାଗ ସବୁ ପ୍ରକାର ପଦକ୍ଷେପ ନେବ ବୋଲି କହିଥିଲେ। ବରିଷ୍ଠ ଅଭିନେତ୍ରୀ ଝରଣା ଦାସ କାର୍ଯ୍ୟକ୍ରମରେ ‘ଓଡ଼ିଆ ସୌଖୀନ ରଙ୍ଗମଞ୍ଚ, ବେତାର, ଚଳଚ୍ଚିତ୍ର ଓ ନାରୀବାଦ’ ଶୀର୍ଷକ ପ୍ରସଙ୍ଗ ଉପରେ ବକ୍ତବ୍ୟ ରଖିଥିଲେ। ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ। ଅନେକ ଅଶିକ୍ଷିତ, ଏପରି କି ନିରକ୍ଷର ମହିଳା ଓଡ଼ିଶାରେ ମଞ୍ଚକୁ ଆସିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଅଭିନେତ୍ରୀ ଭାବେ ନିଜକୁ ପ୍ରତିଷ୍ଠିତ କରିଥିଲେ। ସେତେବେଳେ ସେମାନଙ୍କ ଆଗରେ ସଂଳାପ ପଢ଼ାଯାଉଥିଲା ଏବଂ ସେମାନେ ତାହା ଘୋଷି ମନେ ରଖୁଥିଲେ। ଏଥିରୁ ପ୍ରମାଣିତ ହେଲା ଯେ, ଅଭିନୟ ସହିତ ଶିକ୍ଷାର ମହତ୍ତ୍ୱ ଜଡ଼ିତ ଏବଂ ଏହା ଅଭିନୟକୁ ମାର୍ଜିତ କରେ। ସମୟକୁ ଚିହ୍ନିବା ଓ ତା’ର ସଦୁପଯୋଗ କରିବା ଅତ୍ୟନ୍ତ ଜରୁରୀ। ସମୟୋପଯୋଗୀ ପଦକ୍ଷେପ ପରବର୍ତ୍ତୀ ସମୟରେ କୃତିତ୍ୱ, ଆଦୃତି ଓ ପ୍ରଭାବ ଆଣି ଦେଇଥାଏ ବୋଲି ଝରଣା ଦାସ କହିଥିଲେ। ଏହି ଅବସରରେ ତାଙ୍କ କିମ୍ବଦନ୍ତୀ ଅଭିନୟ ଜୀବନ ଆଧାରିତ ୧୦ ମିନିଟ୍‌ ଅବଧିର ଏକ ଡକ୍ୟୁମେଣ୍ଟାରି ‘ପ୍ରଣାମ ଝରଣା ଦାସ’ ଅତ୍ୟନ୍ତ ଉପଭୋଗ୍ୟ ହୋଇଥିଲା। କାର୍ଯ୍ୟକ୍ରମରେ ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ଅତିରିକ୍ତ ଶାସନ ସଚିବ ତଥା ନିର୍ଦ୍ଦେଶକ ବିଜୟ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri