ଭୁବନେଶ୍ୱର,୮।୧(ବ୍ୟୁରୋ)-ଜାତୀୟ ସ୍ତରରେ ଓଡ଼ିଶା ପୁଣି ପୁରସ୍କୃତ ହୋଇଛି। ରାଜ୍ୟ ସରକାରଙ୍କ ଇ-ଅବକାରୀକୁ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ପ୍ରଦାନ କରାଯାଇଛି । ଶନିବାର ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ‘ଡିଜିଟାଲ ଇନିସିଏଟିଭ୍ ଫର୍ ଇଜ୍ ଅଫ୍ ଡୁଇଂ ବିଜ୍ନେସ’ ବର୍ଗରେ ଓଡ଼ିଶାକୁ ଏହି ସମ୍ମାନଜନକ ପୁରସ୍କାର ମିଳିଛି । ରାଜ୍ୟ ଅବକାରୀ ବିଭାଗ ସ୍ବଚ୍ଛତା ଓ ସମୟାନୁବର୍ତ୍ତିତା ସମେତ ନିରବଚ୍ଛିନ୍ନ ଅନ୍ଲାଇନ ସେବା ଯୋଗାଇ ଦେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପୁରସ୍କାର ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଅବକାରୀ ବିଭାଗର ପୂର୍ବତନ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି, ଅବକାରୀ ଆୟୁକ୍ତ ଆଶିଷ କୁମାର ସିଂହ, ଅତିରିକ୍ତ ଅବକାରୀ ଆୟୁକ୍ତ ରାମଚନ୍ଦ୍ର ପାଲଟା, ଅବକାରୀ ବିଭାଗର ଅତିରିକ୍ତ ସଚିବ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ରାଷ୍ଟ୍ରୀୟ ସୂଚନା ଓ ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ନୀହାର ରଞ୍ଜନ ବିଶ୍ବାଳ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ନୀତି ଆଧାରରେ ଅବକାରୀ ବିଭାଗ ୨୦୧୯-୨୦ରୁ ରାଷ୍ଟ୍ରୀୟ ସୂଚନା ସହାୟତାରେ ୩୦ରୁ ଅଧିକ ଅନ୍ଲାଇନ କାର୍ଯ୍ୟକ୍ରମ ଜରିଆରେ ସ୍ବଚ୍ଛ, ଅବାଧ, ସ୍ବଳ୍ପ ସମୟ, ନିରବଚ୍ଛିନ୍ନ ଏବଂ ସମୟାନୁବର୍ତ୍ତୀ ସେବା ଦେଉଛି ।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
Archives


