ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ପଦଯାତ୍ରା

ଚମ୍ପୁଆ, ୧୯।୧୦ (ଡି.ଏନ.ଏ.)-ଓଡିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ଆନ୍ଦୋଳନ କରୁଥିବା ଜନସଚେତନା ମଞ୍ଚର ଆବାହକ ସତ୍ୟବ୍ରତ ଦାସ ୩୧୪ ବ୍ଲକକୁ ପଦଯାତ୍ରା ଆରମ୍ଭ କରିବା ପରିପ୍ରେକ୍ଷୀରେ ଶୁକ୍ରବାର ଚମ୍ପୁଆ ବ୍ଲକରେ ପହଞ୍ଚି ବିଡିଓ ନୂପୁର ଚାନ୍ଦଗୋଟିଆଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ଦାବିପତ୍ରରେ ଦର୍ଶାଯାଇଛି ଯେ, ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଓଡିଶା ବିପୁଳ କ୍ଷତି ସହୁଛି। ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ କରାଗଲେ ରାଜ୍ୟବାସୀ ଉପକୃତ ହୋଇ ପାରିବେ। ସେହିପରି ମହାନଦୀ ଜଳ ସମସ୍ୟାର ତୁରନ୍ତ ସମାଧାନ କରିବା ଏବଂ ପୋଲାଭରମ ପ୍ରକଳ୍ପ ହେଲେ କୋରାପୁଟ ଜିଲାରେ ବହୁ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଥିବାରୁ ଏହି ପ୍ରକଳ୍ପକୁ ତୁରନ୍ତ ବନ୍ଦ କରିବାକୁ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଆବାହକ ସତ୍ୟବ୍ରତ ଦାସ ଗତ ଜୁଲାଇ ୧୦ରୁ ବଡଚଣାରୁ ପଦଯାତ୍ରାରେ ବାହାରି ଏହାମଧ୍ୟରେ ୧୧ ବ୍ଲକ ପରିକ୍ରମା କରି ଶୁକ୍ରବାର ସନ୍ଧ୍ୟାରେ ଆସି ଚମ୍ପୁଆ ବ୍ଲକରେ ପହଞ୍ଚି ଏହି ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri