ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ

ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ ମୁଖ୍ୟାଳୟ ଯିବା ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆବଶ୍ୟକ ପଡ଼ିଲେ ସେ ଦିଲ୍ଲୀ ଯାଇ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସତ୍ୟବ୍ରତ ଗତମାସ ୧୦ ତାରିଖଠାରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ଏହି ପଦଯାତ୍ରା ଆରମ୍ଭ କରି ଗୁରୁବାର ଭଦ୍ରକ ସହରରେ ପହଞ୍ଚିଥିଲେ। ଏହାମଧ୍ୟରେ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ବୁଲି ସେ ବୁଧବାର ଭଦ୍ରକ ଜିଲା ତିହିଡ଼ିରେ ପହଞ୍ଚି ରାତ୍ରିଯାପନ କରି ଗୁରୁବାର ଭଦ୍ରକ ସହରକୁ ଆସିଥିଲେ। ଭଦ୍ରକରେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ବ୍ଲକ କଲୋନୀ ପରିସରରେ ନେତାଜୀ ସୁଭାଷ ବାହିନୀ ପକ୍ଷରୁ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ବିଡିଓ ଉମେଶ ମଲ୍ଲିକ ଓ ଅନ୍ୟ କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ସେ ଧାମନଗର ଅଭିମୁଖେ ଯାଇଥିଲେ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ସହ ମହାନଦୀ ଜଳ ବିବାଦର ସମାଧାନ, ପୋଲାଭରମ ପ୍ରକଳ୍ପ ଇସ୍ୟୁ ବନ୍ଦ କରିବା ଓ ବେକାରୀ ସମସ୍ୟା ଦୂର କରିବା ଆଦି ଦାବିକୁ ନେଇ ଜନସଚେତନତା ସୃଷ୍ଟି କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?