ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା

ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ପହଞ୍ଚତ୍ଛନ୍ତି।
ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା ବଡ଼ଚଣାରୁ ପଦଯାତ୍ରା ଆରମ୍ଭ କରି ସତ୍ୟବ୍ରତ ଅଦ୍ୟାବଧି ଯାଜପୁରର ୧୦ଟି, ଭଦ୍ରକର ୭ଟି, କେନ୍ଦ୍ରାପଡ଼ାର ୯ଟି, କେନ୍ଦୁଝରର ୭ଟି ଓ ବାଲେଶ୍ୱର ଜିଲାର ୩ଟି ବ୍ଲକ ପରିକ୍ରମା କରିଥିବାର ପ୍ରକାଶ କରିଛନ୍ତି। ସତ୍ୟବ୍ରତ ନାରୀ ସଚେତନତା, ବେକାରୀ ସମସ୍ୟା, ମହାନଦୀ ଓ ପୋଲାଭରମ୍‌ ନଦୀ ସଚେତନତା ସମ୍ପର୍କରେ ସେ ‘ଜନ ସଚେତନତା ମଞ୍ଚ’ ପକ୍ଷରୁ ଏକ ସଚେତନତା ବାର୍ତ୍ତା ପ୍ରଚାର କରିବା କରିବା ବିଭିନ୍ନ ଅଞ୍ଚଳର ବିଡ଼ିଓଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଏକ ଦାବିପତ୍ର ପ୍ର୍ରଦାନ କରିଛନ୍ତି। ସତ୍ୟବ୍ରତ ଓଡ଼ିଶାର ୩୧୪ଟି ବ୍ଲକ ପରିକ୍ରମା କରି ସଚେତନତା ସୃଷ୍ଟି କରିବାର ଲକ୍ଷ୍ୟ ରଖିଥିବାର କହିଛନ୍ତି। ତାଙ୍କର ଏପରି ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?