ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ୩୧୪ ବ୍ଲକ ପରିକ୍ରମା : ଯୋଡ଼ାରେ ପହଞ୍ଚିଲେ ସତ୍ୟବ୍ରତ

ଯୋଡ଼ା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ପଦଯାତ୍ରା ଆରମ୍ଭ କରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିଂଘ ଗ୍ରାମର ସତ୍ୟବ୍ରତ ଦାସ ରବିବାର କେନ୍ଦୁଝର ଜିଲା ଯୋଡ଼ାଠାରେ ପହଞ୍ଚିଛନ୍ତି। ଯୋଡ଼ାରେ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ସତ୍ୟବ୍ରତ କହିଛନ୍ତି, ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା, ମହାନଦୀ ଜଳ ସମସ୍ୟା ଓ ପୋଲାଭରମ ପ୍ରକଳ୍ପ ବିବାଦରେ ନ୍ୟାଯ୍ୟ ଦାବି ମିଳିବା ଲକ୍ଷ୍ୟରେ ସେ ୨୦୧୯ ଜୁଲାଇ ୧୦ ତାରିଖରୁ ଓଡ଼ିଶାର ୩୧୪ ବ୍ଲକ ପରିକ୍ରମା ଉଦ୍ଦେଶ୍ୟରେ ପଦଯାତ୍ରା ଆରମ୍ଭ କରିଛନ୍ତି। ପ୍ରଥମେ ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରି ୧୦୩ ଦିନ ମଧ୍ୟରେ ସେ ୭୭ଟି ବ୍ଲକରେ ପହଞ୍ଚି ପ୍ରତି ବିଡିଓଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ମର୍ମରେ ସେ ଯୋଡ଼ା ବିଡିଓ ଦାୟିତ୍ୱରେ ଥିବା ବଡ଼ବିଲ ତହସିଲଦାରଙ୍କୁ ମଧ୍ୟ ଏକ ଦାବିପତ୍ର ପ୍ରଦାନ କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ଅଦ୍ୟାବଧି ସେ ପ୍ରାୟ ୨ ହଜାର କିମି ପଦଯାତ୍ରା କରିସାରିଥିବା କହିଛନ୍ତି। ଦେଶର ପ୍ରତ୍ୟେକ ନାଗରିକ ବର୍ଷକ ୩୬୫ଦିନ ମଧ୍ୟରୁ ଗୋଟିଏ ଦିନ ଦେଶ କିମ୍ବା ରାଜ୍ୟ ପାଇଁ ସମୟ ଦେଲେ ଉତ୍ତମ ସୁସ୍ଥ ସମାଜ ଗଠନ ହେବା ସହିତ ରାଜ୍ୟର ଅଗ୍ରଗତି ହୋଇପାରନ୍ତା ବୋଲି ସେ ‘ଧରିତ୍ରୀ’ ମାଧ୍ୟମରେ ରାଷ୍ଟ୍ରର ନାଗରିକମାନଙ୍କୁ ନିବେଦନ କରିଛନ୍ତି। ଏହା ପରେ ସେ ଯୋଡ଼ା ବ୍ଲକରୁ ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକକୁ ପଦଯାତ୍ରାରେ ବାହାରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଗାଁ: ଯେଉଁଠି ଲୋକଙ୍କ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri