ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ୩୧୪ ବ୍ଲକ ପରିକ୍ରମା : ଯୋଡ଼ାରେ ପହଞ୍ଚିଲେ ସତ୍ୟବ୍ରତ

ଯୋଡ଼ା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ପଦଯାତ୍ରା ଆରମ୍ଭ କରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିଂଘ ଗ୍ରାମର ସତ୍ୟବ୍ରତ ଦାସ ରବିବାର କେନ୍ଦୁଝର ଜିଲା ଯୋଡ଼ାଠାରେ ପହଞ୍ଚିଛନ୍ତି। ଯୋଡ଼ାରେ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ସତ୍ୟବ୍ରତ କହିଛନ୍ତି, ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା, ମହାନଦୀ ଜଳ ସମସ୍ୟା ଓ ପୋଲାଭରମ ପ୍ରକଳ୍ପ ବିବାଦରେ ନ୍ୟାଯ୍ୟ ଦାବି ମିଳିବା ଲକ୍ଷ୍ୟରେ ସେ ୨୦୧୯ ଜୁଲାଇ ୧୦ ତାରିଖରୁ ଓଡ଼ିଶାର ୩୧୪ ବ୍ଲକ ପରିକ୍ରମା ଉଦ୍ଦେଶ୍ୟରେ ପଦଯାତ୍ରା ଆରମ୍ଭ କରିଛନ୍ତି। ପ୍ରଥମେ ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରି ୧୦୩ ଦିନ ମଧ୍ୟରେ ସେ ୭୭ଟି ବ୍ଲକରେ ପହଞ୍ଚି ପ୍ରତି ବିଡିଓଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ମର୍ମରେ ସେ ଯୋଡ଼ା ବିଡିଓ ଦାୟିତ୍ୱରେ ଥିବା ବଡ଼ବିଲ ତହସିଲଦାରଙ୍କୁ ମଧ୍ୟ ଏକ ଦାବିପତ୍ର ପ୍ରଦାନ କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ଅଦ୍ୟାବଧି ସେ ପ୍ରାୟ ୨ ହଜାର କିମି ପଦଯାତ୍ରା କରିସାରିଥିବା କହିଛନ୍ତି। ଦେଶର ପ୍ରତ୍ୟେକ ନାଗରିକ ବର୍ଷକ ୩୬୫ଦିନ ମଧ୍ୟରୁ ଗୋଟିଏ ଦିନ ଦେଶ କିମ୍ବା ରାଜ୍ୟ ପାଇଁ ସମୟ ଦେଲେ ଉତ୍ତମ ସୁସ୍ଥ ସମାଜ ଗଠନ ହେବା ସହିତ ରାଜ୍ୟର ଅଗ୍ରଗତି ହୋଇପାରନ୍ତା ବୋଲି ସେ ‘ଧରିତ୍ରୀ’ ମାଧ୍ୟମରେ ରାଷ୍ଟ୍ରର ନାଗରିକମାନଙ୍କୁ ନିବେଦନ କରିଛନ୍ତି। ଏହା ପରେ ସେ ଯୋଡ଼ା ବ୍ଲକରୁ ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକକୁ ପଦଯାତ୍ରାରେ ବାହାରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri