ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍‌ଡାଉନ୍‌ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ ଆଦି ରାଜ୍ୟର ବୋଲି ଜଣାପଡିଛି। ଏମାନଙ୍କୁ ୧୦୪ଟି କ୍ୟାମ୍ପରେ ରଖାଯାଇ ଖାଦ୍ୟ ଦିଆଯାଉଛି। ସହାୟତା ପାଇଁ ଶ୍ରମିକ ସହାୟତା କଣ୍ଟ୍ରୋଲ ରୁମ୍‌କୁ ୧୩୦ଟି କଲ୍‌ ଆସିଥିବା ଶ୍ରମ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଅନ୍ୟପଟେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନେ ଏହି ଲକ୍‌ଡାଉନ୍‌ ସମୟରେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସହାୟତା ପାଇଁ ଗୃହ ବିଭା ପକ୍ଷରୁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି। ସେଗୁଡିକ ହେଲା ଲ୍ୟାଣ୍ଡ୍‌ ଲାଇନ୍‌ ଫୋନ୍‌ ନଂ.୦୬୭୪-୨୩୯୨୧୧୫ ଏବଂ ହ୍ବାଟସ୍‌ଆପ୍‌ ନମ୍ବର-୯୪୩୮୯୧୫୯୮୬। ସେହିପରି ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକଙ୍କ ପାଇଁ ମଧ୍ୟ ହେଲ୍ପଲାଇନ ନଂ.୧୮୦୦-୩୪୫-୬୭୦୩ ଜାରି ହୋଇଛି।
ଏଠାରେ ଉଲ୍ଲେଖଯୋଗ୍ୟ, ଦେଶର ବିଭିନ୍ନ ରାଜ୍ୟରେ ଓଡ଼ିଆ ଲୋକ ଫସି ରହିଛନ୍ତି। କାମ ଓ ପେଟପାଟଣା ସନ୍ଧାନରେ ଯାଇ ଏବେ କରୋନା କଟକଣାରେ ନାନା ହଇରାଣ ହେଉଛନ୍ତି। ସେମାନେ ଏବେ ଘରକୁ ଫେରିବାକୁ ନିବେଦନ କରୁଛନ୍ତି। କନ୍ଧମାଳ ଜିଲାର ବହୁ ଲୋକ ଏବେ କେରଳରେ ଭୋକ ଉପାସରେ ପଡି ରହିଛନ୍ତି। ସେହିପରି ଭଦ୍ରକ ଜିଲା ତିହିଡି, ଚାନ୍ଦବାଲି, ଧାମରା ଅଞ୍ଚଳର ବହୁ ଲୋକ ତାମିଲନାଡୁ, ଗୋଆ, କର୍ନାଟକ ଏବଂ ମହାରାଷ୍ଟ୍ରରେ ଫସି ରହିଛନ୍ତି। ଏହାଛଡ଼ା କେନ୍ଦ୍ରାପଡ଼ା ଆଳି ଅଞ୍ଚଳର ବହୁ ଲୋକ ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ଗୁଜରାଟରେ କାମ କରୁଥିବାବେଳେ ଲକ୍‌ଡାଉନ୍‌ ଯୋଗୁ କାମ ହରାଇଥିବା ଜଣାଇଛନ୍ତି। ଭିଡିଓ ମେସେଜ୍‌ ଜରିଆରେ ଏମାନେ ନିଜ ଘରକୁ ଫେରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri