ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ ହେବ ବୋଲି କୁହାଯାଇଛି। ତେଣୁ ଏହି ପ୍ରତିଯୋଗିତାକୁ ଗୁଣାତ୍ମକ ଦୃଷ୍ଟିକୋଣରୁ ଅଧିକ ସଫଳତାର ସହ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରୀଡ଼ା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ସହ ମିଳିତଭାବେ କାର୍ଯ୍ୟ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କ୍ରୀଡ଼ାବିତ୍‌, ସହାୟକ, ସେମାନଙ୍କ ପରିବାର ରହିବା ବ୍ୟବସ୍ଥା ସହ ସେହି ସମୟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ୟାକେଜ ପ୍ରସ୍ତୁତ ଉପରେ ଗୁରୁତ୍ୱ ଦିଆଯାଇଛି। ଆସନ୍ତା ମାର୍ଚ୍ଚ ୩ରେ ରାଜଧାନୀରେ ଥିବା କଳିଙ୍ଗ ଷ୍ଟାଡିୟମରେ ଏହାର ଶୁଭାରମ୍ଭ କରାଯିବ। ୫ ଦିନ ଧରି ଏହି କ୍ରୀଡ଼ା ପ୍ରତିଯୋଗିତା ଚାଲିବ। ମାର୍ଚ୍ଚ ୭ରେ ଏହାର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀ କହିଛନ୍ତି ଯେ, ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ୪୫ଟି ଦଳ ପ୍ରତିଯୋଗିତାରେ ଭାଗନେବେ। ପ୍ରାୟ ୨୬୦୦ ପ୍ରତିଯୋଗୀ ନିଜର କ୍ରୀଡ଼ା ଦକ୍ଷତା ପ୍ରତିପାଦନ କରିବାର ସୁଯୋଗ ପାଇବେ। ୫୦୦ ସ୍ଥାନୀୟ ସହାୟକ କାର୍ଯ୍ୟକ୍ରମର ସୁପରିଚାଳନାରେ ସହଯୋଗ କରିବେ ବୋଲି ତ୍ରିପାଠୀ କହିଛନ୍ତି। ୨୩ କ୍ରୀଡ଼ାରେ ୨୩୦ଟି ଇଭେଣ୍ଟର ଆୟୋଜନ କରାଯିବ। ଏହି କ୍ରୀଡାକୁ ପରିଚାଳନା କରିବାକୁ ଥିବା ରେଫରି କଳିଙ୍ଗ ଷ୍ଟାଡିୟମ୍‌, କ୍ରୀଡ଼ା ନିର୍ଦ୍ଦେଶାଳୟ ଏବଂ ରାଜ୍ୟର ପ୍ରମୁଖ ମାନ୍ୟତାପ୍ରାପ୍ତ କ୍ରୀଡ଼ା ସଂଘରୁ ମନୋନୀତ ହେବେ। କ୍ଷେତ୍ରସ୍ତରୀୟ କ୍ରୀଡ଼ା, ଭଲିବଲ, ବାସ୍କେଟବଲ, ସ୍କ୍ବାଶ, ଟେବୁଲ ଟେନିସ୍‌ , ହକି, କ୍ରିକେଟ, ବ୍ୟାଡ୍‌ମିଣ୍ଟନ, ଲନ୍‌ ଟେନିସ, ତୀରଚାଳନା, ଭାରୋତ୍ତୋଳନ, ଗଲ୍ଫ, କ୍ୟାରମ୍‌, ଚେସ୍‌, ବିଲିୟାଡର୍‌ସ ଇତ୍ୟାଦି ପ୍ରତିଯୋଗିତା ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡିୟମ ସମେତ କଳିଙ୍ଗ କିଟ୍‌, ସାଇ ଇଣ୍ଟରନ୍ୟାଶନାଲ, ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଗଲ୍ଫ କୋର୍ସରେ ଖେଳାଯିବ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ମୋନା ଶର୍ମା, ଅର୍ଥ ପ୍ରମୁଖ ସଚିବ ଅଶୋକ ମୀନା, ଗୃହ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ଏବଂ କ୍ରୀଡ଼ା ସଚିବ ବିଶାଳ ଦେବ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri