ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ କରୋନା ସାମ୍ପଲ ଟେଷ୍ଟ ୨ ଲକ୍ଷ ଟପିଛି। ଏ ନେଇ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ପ୍ରଥମ ୫୦ ହଜାର ଟେଷ୍ଟିଂ ପାଇଁ ଆମକୁ ୨ ମାସ ସମୟ ଲାଗିଥିଲା। ଏବେ ପ୍ରତି ୨ ସପ୍ତାହରେ ୫୦ ହଜାର ଟେଷ୍ଟ କରାଯାଉଛି। ରାଜ୍ୟର ୧୦ ଜିଲାର ୧୭ଟି ଲ୍ୟାବ୍‌ରେ କରୋନା ଟେଷ୍ଟ ହେଉଛି। ଲକ୍ଷଣଯୁକ୍ତ ଓ କଣ୍ଟାକ୍ଟରେ ଥିବା ଲୋକଙ୍କର ନିଶ୍ଚିତ ଟେଷ୍ଟ କରାଯିବ ବୋଲି ମଧ୍ୟ ସେ କହିଛନ୍ତି। ତେବେ ପୂର୍ବରୁ ଲକ୍ଷଣ ନ ଥିବା ଲୋକଙ୍କର ବି ସାମ୍ପଲ ଟେଷ୍ଟ କରାଯାଉଥିଲା। ଲକ୍ଷଣ ନ ଥିବା ୨ଶହ ଲୋକଙ୍କ ସାମ୍ପଲ ଟେଷ୍ଟରୁ ଜଣେ ପଜିଟିଭ ମିଳୁଥିଲେ। ଏବେ ଲକ୍ଷଣ ଥିବା ଲୋକଙ୍କ ୨୦ଟି ସାମ୍ପଲରୁ ଜଣେ ପଜିଟିଭ ମିଳୁଛନ୍ତି। ଲକ୍ଷଣଥିବା ଲୋକଙ୍କ ସାମ୍ପଲ ଯୋଗୁ ଅଧିକରୁ ଅଧିକ କେସ୍‌ ମିଳୁଛି। ତେବେ ଆଗାମୀ ୪ରୁ ୬ ସପ୍ତାହ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ଅଧିକରୁ ଅଧିକ ପଜିଟିଭ କେସ୍‌ ଆସିବ ବୋଲି ବିଶେଷଜ୍ଞମାନେ କହୁଥିବା ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri