ଓଡ଼ିଶାରେ ୪ଜି ସେବା ପାଇଁ ବିଏସ୍‌ଏନ୍‌ଏଲ୍‌ର ଯୋଜନା

ଭୁବନେଶ୍ୱର, ୧୯-୭,(ବ୍ୟୁରୋ): ଚଳିତ ବର୍ଷ ଶେଷ ସୁଦ୍ଧା ସାରା ଦେଶରେ ୪-ଜି ଇଣ୍ଟରନେଟ ସେବା ଯୋଗାଣ ଲାଗି ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଯୋଜନା ରଖିଛି। ଏପରି ସ୍ଥିତିରେ ଓଡ଼ିଶାରେ କମ୍ପାନୀ ସେବା ଯୋଗାଣ ଲାଗି ମଧ୍ୟ ଲକ୍ଷ୍ୟ ରଖିଛି। ଏଥି ପାଇଁ ରାଜ୍ୟରେ ପ୍ରାୟ ୫୦୦ କୋଟି ଟଙ୍କା ନିବେଶ ହୋଇପାରେ ବୋଲି ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ସର୍କଲ ସିଜିଏମ୍‌ ଉଦୟ ଶଙ୍କର ପଣ୍ଡା ଗୁରୁବାର କହିଛନ୍ତି। ଏଠାରେ ଅନୁଷ୍ଠିତ ଏକ ଖବରଦାତା କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ଆଗାମୀ ଦିନରେ ଅଲ୍ଟା ହାଇସ୍ପିଡ ୫-ଜି ସେବା ଯୋଗାଣ ଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯିବ। କମ୍ପାନୀ କେତେକ ଅଂଶୀଦାରଙ୍କ ସହ ଚୁକ୍ତି କରିଛି। ଏହି ଅବସରରେ ଭୁବନେଶ୍ୱରରେ ମୁଖ୍ୟ କାର୍ଯ୍ୟାଳୟଠାରେ ଏକ ଆଧାର ସେବା କେନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି। ରାଜ୍ୟର କମନ ସର୍ଭିସ ସେଣ୍ଟରଗୁଡିକରେ ଏଭଳି ୯୫ ସେଣ୍ଟରରେ ଆଧାର ସେବା ପ୍ରଦାନ କରାଯିବ। ସାରା ଦେଶରେ ୩୦୦୦ ସେଣ୍ଟରରେ ଏହି ସେବା ପ୍ରଦାନ ନେଇ ଯୋଜନା ରଖାଯାଇଛି। ଏଥିଲାଗି ୯୦ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶାରେ ଏଥି ଲାଗି ୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ରାଜ୍ୟରେ ଥିବା କମ୍ପାନୀର ଆସେଟ ମନେଟାଇଜେଶନ ନେଇ ପ୍ରସ୍ତାବ ରହିଥିବା ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri