ଓଡ଼ିଶାରେ ୪ଜି ସେବା ପାଇଁ ବିଏସ୍‌ଏନ୍‌ଏଲ୍‌ର ଯୋଜନା

ଭୁବନେଶ୍ୱର, ୧୯-୭,(ବ୍ୟୁରୋ): ଚଳିତ ବର୍ଷ ଶେଷ ସୁଦ୍ଧା ସାରା ଦେଶରେ ୪-ଜି ଇଣ୍ଟରନେଟ ସେବା ଯୋଗାଣ ଲାଗି ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଯୋଜନା ରଖିଛି। ଏପରି ସ୍ଥିତିରେ ଓଡ଼ିଶାରେ କମ୍ପାନୀ ସେବା ଯୋଗାଣ ଲାଗି ମଧ୍ୟ ଲକ୍ଷ୍ୟ ରଖିଛି। ଏଥି ପାଇଁ ରାଜ୍ୟରେ ପ୍ରାୟ ୫୦୦ କୋଟି ଟଙ୍କା ନିବେଶ ହୋଇପାରେ ବୋଲି ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ସର୍କଲ ସିଜିଏମ୍‌ ଉଦୟ ଶଙ୍କର ପଣ୍ଡା ଗୁରୁବାର କହିଛନ୍ତି। ଏଠାରେ ଅନୁଷ୍ଠିତ ଏକ ଖବରଦାତା କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ଆଗାମୀ ଦିନରେ ଅଲ୍ଟା ହାଇସ୍ପିଡ ୫-ଜି ସେବା ଯୋଗାଣ ଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯିବ। କମ୍ପାନୀ କେତେକ ଅଂଶୀଦାରଙ୍କ ସହ ଚୁକ୍ତି କରିଛି। ଏହି ଅବସରରେ ଭୁବନେଶ୍ୱରରେ ମୁଖ୍ୟ କାର୍ଯ୍ୟାଳୟଠାରେ ଏକ ଆଧାର ସେବା କେନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି। ରାଜ୍ୟର କମନ ସର୍ଭିସ ସେଣ୍ଟରଗୁଡିକରେ ଏଭଳି ୯୫ ସେଣ୍ଟରରେ ଆଧାର ସେବା ପ୍ରଦାନ କରାଯିବ। ସାରା ଦେଶରେ ୩୦୦୦ ସେଣ୍ଟରରେ ଏହି ସେବା ପ୍ରଦାନ ନେଇ ଯୋଜନା ରଖାଯାଇଛି। ଏଥିଲାଗି ୯୦ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶାରେ ଏଥି ଲାଗି ୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ରାଜ୍ୟରେ ଥିବା କମ୍ପାନୀର ଆସେଟ ମନେଟାଇଜେଶନ ନେଇ ପ୍ରସ୍ତାବ ରହିଥିବା ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri