Posted inଖେଳ

ଓଡ଼ିଶାର କ୍ରମାଗତ ୩ୟ ବୃହତ୍‌ ବିଜୟ

କଟକ, ୨୮।୧୨- ଫୁଲ ଫର୍ମରେ ଥିବା ଓଡ଼ିଶା ଦଳ ଚଳିତ ରଣ୍‌ଜୀ ଟ୍ରଫିରେ ଗୋଟିଏ ପରେ ଗୋଟିଏ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍‌କୁ ଓଡ଼ିଶା ୧୦ ଉଇକେଟରେ ଜିତି ନେଇଛି। ଫଳରେ ଏଲିଟ ଗ୍ରୁପ ସି’ରେ ଥିବା ଓଡ଼ିଶା ୩ ମ୍ୟାଚ୍‌ରୁ ୨୧ ପଏଣ୍ଟ ସହ ଶୀର୍ଷରେ ରହିଛି।
ପ୍ରଥମ ଇନିଂସରେ ଉତ୍ତରାଖଣ୍ଡର ୧୧୭ ଜବାବରେ ଘରୋଇ ଦଳ ୨୫୩ ରନ୍‌ କରିଥିଲା। ପରେ ୧୩୬ ରନ୍‌ ପଛରେ ଥିବା ଉତ୍ତରାଖଣ୍ଡ ତା’ର ଅସମାପ୍ତ ଇନିଂସ ସ୍କୋର ୫୪/୪ରୁ ବ୍ୟାଟିଂ ଆରମ୍ଭ କରି ବଳକା ୬ ଉଇକେଟରେ ୧୪୧ ରନ୍‌ ଯୋଡ଼ି ପାରିଥିଲା। ଧନଞ୍ଜୟ ଶର୍ମା ୫୦ ଓ ଦୀକ୍ଷାଂଶୁ ନେବି ୪୦ ରନ୍‌ କରିଥିଲେ। ଓଡ଼ିଆ ବୋଲର ସୂର୍ଯ୍ୟକାନ୍ତ ପ୍ରଧାନ ସର୍ବାଧିକ ୫ ଉଇକେଟ ନେଇଥିଲେ। ସେହିଭଳି ବସନ୍ତ ମହାନ୍ତି ୩ ଉଇକେଟ ହାସଲ କରିଥିବାବେଳେ ରାଜେଶ ମହାନ୍ତି ଓ ଦେବବ୍ରତ ପ୍ରଧାନ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଫଳରେ ଘରୋଇ ଦଳ ଆଗରେ ୫୯ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ୨୧.୪ ଓଭରରେ ଓଡ଼ିଶା ଦଳ କୌଣସି ଉଇକେଟ ନ ହରାଇ ୬୩ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ବିଜୟୀ ଦଳ ଲାଗି ଶାନ୍ତନୁ ମିଶ୍ର ୨୯ ଓ ଗୋବିନ୍ଦ ପୋଦ୍ଦାର ୨୬ ରନ୍‌ କରି ଅପରାଜିତ ଥିଲେ। ଅନ୍ୟତମ ଓପନର ଦେବାଶିଷ ସାମନ୍ତରାୟ (୭) ଆହତ ହୋଇ ପ୍ୟାଭିଲିୟନ ଫେରିଯାଇଛନ୍ତି। ତାଙ୍କ ଆହତ ସମସ୍ୟା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ମ୍ୟାଚ୍‌ରେ କ୍ୟାରିୟରର ପ୍ରଥମ ଶତକ ହାସଲ କରିଥିବା ଶାନ୍ତୁନଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri