Posted inରାଜ୍ୟ

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ ଆସନ୍ତା ୧୮ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ଆସନ୍ତା ୨୫ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ। ଜୁନ୍‌ ୨୬ରେ ନାମାଙ୍କନ ଯାଞ୍ଚ କରାଯିବ। ୨୮ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ। ଯଦି ଏହିସବୁ ଆସନ ଲାଗି ନିର୍ବାଚନ ଆବଶ୍ୟକ ପଡ଼େ ତେବେ ଜୁଲାଇ ୫ରେ ମତଦାନ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ୫ଟା ପରେ ଭୋଟ ଗଣତି କରାଯିବ। ଜୁଲାଇ ୯ତାରିଖ ପୂର୍ବରୁ ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ କରିବାକୁ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ବିଧାନସଭାରେ ଏବେ ବିଜେଡିର ଆସନ ସଂଖ୍ୟାକୁ ଦେଖିଲେ ସମସ୍ତ ୩ଟି ଯାକ ରାଜ୍ୟ ସଭା ପଦ ଶାସକ ଦଳ ହାତକୁ ଯିବାର ଯଥେଷ୍ଟ ସମ୍ଭାବନା ରହିଛି।
ପ୍ରକାଶ ଯେ, ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୬ଜଣ ରାଜ୍ୟ ସଭା ସଦସ୍ୟଙ୍କୁ ପ୍ରାର୍ଥୀ କରିଥିଲା। ପ୍ରସନ୍ନ ଆଚାର୍ଯ୍ୟ, ଅଚ୍ୟୁତ ସାମନ୍ତ, ଅନୁଭବ ମହାନ୍ତି, ପ୍ରତାପ ଦେବ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ସରୋଜିନୀ ହେମ୍ବ୍ରମ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ପରେ ବିଜୟୀ ହୋଇଥିବା ୩ ନେତା ପ୍ରତାପ, ଅଚ୍ୟୁତ ଏବଂ ସୌମ୍ୟରଞ୍ଜନ ରାଜ୍ୟ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଖାଲି ହୋଇଥିବା ୩ ରାଜ୍ୟ ସଭା ପଦବୀ ମଧ୍ୟରୁ ସୌମ୍ୟରଞ୍ଜନ ଏବଂ ଅଚ୍ୟୁତଙ୍କ କାର୍ଯ୍ୟକାଳ ୩ ଏପ୍ରିଲ ୨୦୨୪ ପର୍ଯ୍ୟନ୍ତ ରହିଥିଲା। ସେହିପରି ପ୍ରତାପ ଦେବଙ୍କ କାର୍ଯ୍ୟକାଳ ୧ ଜୁଲାଇ ୨୦୨୨ ପର୍ଯ୍ୟନ୍ତ ରହିଥିଲା। ତେଣୁ ସୌମ୍ୟ ଏବଂ ଅଚ୍ୟୁତଙ୍କ ସ୍ଥାନରେ ଯେଉଁମାନେ ରାଜ୍ୟ ସଭାକୁ ଯିବେ ସେମାନେ ୫ ବର୍ଷ ଲାଗି ସଦସ୍ୟ ରହିପାରିବେ। ପ୍ରତାପଙ୍କ ସ୍ଥାନରେ ଯିଏ ରାଜ୍ୟ ସଭା ଯିବେ ସେ ୩ ବର୍ଷ ପାଇଁ ସଦସ୍ୟ ରହିବେ। ପ୍ରତାପ ଦେବ ଆଳି ବିଧାନସଭା ଆସନରୁ ନିର୍ବାଚିତ ହୋଇ ବିଧାୟକ ହୋଇଛନ୍ତି। ସେହିପରି ସୌମ୍ୟ ଖଣ୍ଡପଡ଼ା ବିଧାନସଭା ଆସନରୁ ବିଜୟୀ ହୋଇଥିବା ବେଳେ ଅଚ୍ୟୁତ କନ୍ଧମାଳ ଲୋକ ସଭା ଆସନରୁ ବିଜୟୀ ହୋଇ ଏମ୍‌ପି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri