ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି। ସେହିଭଳି ଜଗା-କାଳିଆ ଓଡ଼ିଶା ଫେରିଲେ ଉଭୟଙ୍କୁ କିପରି ଭାବେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରିବ, ସେ ନେଇ ମଧ୍ୟ ଆଲୋଚନା ହୋଇଛି। ଜଗା-କାଳିଆ ଶୁକ୍ରବାର ରାଜଧାନୀ ଏକ୍ସପ୍ରେସରେ ଦିଲ୍ଲୀରୁ ଓଡ଼ିଶା ଅଭିମୁଖେ ଯାତ୍ରା କରିବେ। ଶନିବାର ଦୁଇ ଯମଜ ଭ୍ରାତା କଟକରେ ପହଞ୍ଚିବା ସହ ଏସ୍‌ସିବିରେ ଭର୍ତ୍ତି ହେବେ। ସେଠାରେ ୪ ଜଣିଆ ଡାକ୍ତର ଟିମ୍‌ ସହ ଜଣେ ନର୍ସ ଜଗା-କାଳିଆଙ୍କ ଚିକିତ୍ସା ସହ ଦେଖାଶୁଣା କରିବେ। କନ୍ଧମାଳ ଜିଲା ମିଲିପଡାର ଜଗା-କାଳିଆ ୨୦୧୭ ଜୁଲାଇ ୧୪ରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ସେଠାରେ ୩୦ ଜଣ ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ସେହିବର୍ଷ ଅକ୍ଟୋବର ୨୫ରେ ମୁଣ୍ଡ ଯୋଡି ହୋଇଥିବା ଜଗା-କାଳିଆଙ୍କୁ ଅଲଗା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri