ଓଡ଼ିଶା ଆସିଲାଣି ୬୪ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌: ଆଜି ଭବାନୀପାଟଣାରେ ପହଞ୍ଚିବ ଗୁଜରାଟ ଟ୍ରେନ୍‌

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଓଡ଼ିଶା ଫେରାଇ ଅଣାଯାଉଛି। ୧୮ ତାରିଖ ସୁଦ୍ଧା ମୋଟ ୬୪ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ବିଭିନ୍ନ ରାଜ୍ୟରୁ ଶ୍ରମିକମାନଙ୍କୁ ନେଇ ଓଡ଼ିଶା ପହଞ୍ଚିଛି ।
ପୂର୍ବତଟ ରେଳପଥର ସୂଚନା ମୁତାବକ, ମେ’ ୧୭ ରବିବାର ପର୍ଯ୍ୟନ୍ତ ଓଡ଼ିଶାରେ ମୋଟ ୬୦ଟି ଶ୍ରମିକ ଟ୍ରେନ୍‌ ପହଞ୍ଚିଛି । ଏହିଦିନ ମହାରାଷ୍ଟ୍ରର ପାଲଘର ସହ ଅହମ୍ମଦାବାଦ, ସୁରଟ ଓ ବେଙ୍ଗାଲୁରୁରୁ ୬ଟି ଟ୍ରେନ୍‌ ଓଡ଼ିଶା ଆସିଥିବାବେଳେ ସୋମବାର ଆଉ ୪ଟି ଶ୍ରମିକ ଟ୍ରେନ୍‌ ଓଡ଼ିଶା ଆସିଛି। ଏଥିମଧ୍ୟରୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା, ତାମିଲନାଡ଼ୁର ତିରୁଭାଲ୍ଲୁର ଏବଂ ଗୁଜରାଟର ରାଜକୋଟରୁ ବାହାରିଥିବା ୩ଟି ଟ୍ରେନ୍‌ ବଲାଙ୍ଗୀରରେ ଯାତ୍ରୀଙ୍କୁ ଓହ୍ଲାଇଥିବାବେଳେ ଗୁଜରାଟ ମୋରବୀରୁ ଆସିଥିବା ଏକ ସ୍ବତନ୍ତ୍ର ଟ୍ରେନ୍‌ ବାଲେଶ୍ୱର ଷ୍ଟେଶନରେ ପହଞ୍ଚିଛି । ସେହିଭଳ ଗୁଜରାଟ ରାଜକୋଟରୁ ଓଡ଼ିଆ ଶ୍ରମିକମାନଙ୍କୁ ନେଇ ବାହାରିଥିବା ଆଉଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ଭବାନୀପାଟଣାରେ ପହଞ୍ଚିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri