Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌: ସାଇ-ଏସ୍‌ଟିସି ବିଜୟୀ

ଭୁବନେଶ୍ୱର, ୫।୩(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ସାଇ-ଏସ୍‌ଟିସି ୨-୧ ଗୋଲରେ ଓଡ଼ିଶା ପୋଲିସକୁ ପରାସ୍ତ କରିଛି। ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ମ୍ୟାଚର ୩୬ତମ ମିନିଟରେ ଦୀପା ନାୟକ ଗୋଲ ଦେଇ ସାଇକୁ ଅଗ୍ରଣୀ କରାଇଥିଲେ। ପ୍ରଥମାର୍ଦ୍ଧ ସୁଦ୍ଧା ଦଳ ୧-୦ ଗୋଲରେ ଆଗୁଆ ରହିଥିଲା। ଦ୍ୱିତୀୟାର୍ଦ୍ଧ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିବାବେଳେ ଓଡ଼ିଶା ପୋଲିସର ଜ୍ୟୋତ୍ସ୍ନା ମଲିକ ୮୨ତମ ମିନିଟରେ ଗୋଲ ପରିଶୋଧ କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ମାତ୍ର ଦଳର ଏହି ଖୁସି ବେଶି ସମୟ ତିଷ୍ଠିପାରି ନ ଥିଲା। ଖେଳ ଶେଷ ହେବାକୁ ଆଉ ଅଳ୍ପ ସମୟ ଥିବାବେଳେ ଅର୍ଥାତ୍‌ ୯୦ତମ ମିନିଟରେ ଗୁଡିୟା କୁମାରୀ ଏକ ଗୋଲ ଦେଇ ସାଇ-ଏସ୍‌ଟିସିକୁ ବିଜୟୀ କରାଇଥିଲେ। ବିଜୟୀ ଦଳର ଦୀପା ନାୟକ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ରେଫରି ଚିତ୍ରାମ୍ବଦା ପାତ୍ର, ଦୁର୍ଗା ମାଧବ ଆଚାର୍ଯ୍ୟ, ସୁଲତାନା ପରବିନ ଓ ବିଚିତ୍ର ପ୍ରଧାନ ମ୍ୟାଚ ପରିଚାଳନା କରିଥିଲେ। ଦୁର୍ଗା ମାଧବ ନାଏକ ମ୍ୟାଚ କମିଶନର ଏବଂ ସୁଦୀପ୍ତା ଦାଶ ରେଫରି ଆସେସର ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ। ଶୁକ୍ରବାର ବିଶ୍ରାମ ଦିବସ ଥିବାବେଳେ ଶନିବାର କଳିଙ୍ଗ ଷ୍ଟାଡିୟମ୍‌ରେ ସାଇ-ଏସଟିସି ଓ ଓଜିପି କ୍ଲବ ଏବଂ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଇଷ୍ଟକୋଷ୍ଟ ରେଲଓ୍ବେ ଓ ରାଇଜିଂ ଷ୍ଟୁଡେଣ୍ଟ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଦୁଇଟି ଯାକ ମ୍ୟାଚ ଅପରାହ୍ନ ୩ଟାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri