ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର ଏଥିରେ ସଙ୍ଗୀତ ପରିବେଷଣ କରିବେ। ଆଧୁନିକ ଓ ରକ୍‌ ମ୍ୟୁଜିକ୍‌ ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ରହିବ। ଭୁବନେଶ୍ୱରବାସୀଙ୍କ ସହ ଦେଶ ବିଦେଶରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ୫ଦିନ ବ୍ୟାପୀ ଏହି ଅନ୍ତର୍ଜାତୀୟ ସ୍ତରର କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଓଡ଼ିଶା କଲ୍‌ଚରାଲ୍‌ ସର୍କଲର ଅଧ୍ୟକ୍ଷ ତଥା ଶିଳ୍ପପତି ଜେ.କେ. ମହାନ୍ତି କହିଛନ୍ତି।
ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ସାଂସ୍କୃତିକ ଅନୁଷ୍ଠାନ ‘ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌’ ପକ୍ଷରୁ ଦେଶାତ୍ମବୋଧକ ଗୀତକୁ ନେଇ ଉତ୍କଳ ରଙ୍ଗମଞ୍ଚଠାରେ ଆୟୋଜିତ ସଙ୍ଗୀତ କାର୍ଯ୍ୟକ୍ରମ ‘ଉଡ଼େ ତ୍ରିରଙ୍ଗା’ରେ ଯୋଗଦେଇ ମହାନ୍ତି ଏହି ଘୋଷଣା କରିଛନ୍ତି। ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ଆୟୋଜିତ ‘ଡଟ୍‌ ଫେଷ୍ଟ’ ସଦୃଶ ଏହି କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଅତିଥିଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଓ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର ଯୋଗ ଦେଇଥିଲେ। ଓଡ଼ିଶା କଲ୍‌ଚରାଲ୍‌ ସର୍କଲର ଅଧ୍ୟକ୍ଷ ତଥା ଶିଳ୍ପପତି ମହାନ୍ତି ଉତ୍ସବରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ବିଭୁକିଶୋର, ଟି ସୌରୀ, ଶୈଳଭାମାଙ୍କ ସମେତ ମନୋଜ, ଜ୍ୟୋତିର୍ମୟୀ ଓ ତନୁଶ୍ରୀ ଉଭୟ ଓଡ଼ିଆ ଓ ହିନ୍ଦୀରେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ। ‘ପୂଜିବି ଭାରତ’, ‘ଦେଶବାସୀ ବନ୍ଧୁ’, ‘ଆର୍ଯ୍ୟଭୂମି ମାତୃଭୂମି’, ‘ସ୍ବର୍ଗାଦପୀ ଗରିୟସୀ’, ‘ବହି ଯାଏରେ ଗଙ୍ଗା ଉଡ଼େ ତ୍ରିରଙ୍ଗା’, ‘ସତ୍ୟମେବ ଜୟତେ’, ‘ଦିଲ୍‌ ଦିୟା ହେ…’ ଭଳି ଗୀତ ଶୁଣିବାକୁ ମିଳିଥିଲା। ଉପାଧ୍ୟକ୍ଷ ଡ. ଜେନାମଣି ସଞ୍ଜୀବ କୁମାର ସ୍ବାଗତ ଭାଷଣ ଦେଇଥିଲେ ଓ ସମ୍ପାଦକ ଚୌଧୁରୀ ଅମିିତାଭ ଦାସ ସମ୍ପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ। ଅନୁଷ୍ଠାନର ସଦସ୍ୟ ବିଶ୍ବରଞ୍ଜନ ଦାଶ, ବିମଳ ଦାସ, ଶୀତିକଣ୍ଠ ସେନାପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଡ. ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri