ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଶାସନି ଟିମ୍‌

ସିନାପାଲି,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ସିନାପାଲି ତହସିଲ ଅନ୍ତର୍ଗତ ଛତିଶଗଡ ସୀମାନ୍ତରେ ଥିବା ନୂଆମାଲପଡା ଗ୍ରାମ ଚାଷୀଙ୍କ ଜମିକୁ ଜବରଦସ୍ତ ଛଡାଇ ନେଇ ଛତିଶଗଡ ରାଜ୍ୟର ଚାଷୀ ଚାଷ କରୁଥିବା ଅଭିଯୋଗ ହେଉଛି। ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ଗଣମାଧ୍ୟମରେ ଖବର ପ୍ରକାଶ ହେବା ପରେ ପ୍ରଶାସନ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ନୂଆପଡା ଅତିରିକ୍ତ ଜିଲାପାଳ ସୀତାରାମ ପଟେଲଙ୍କ ନିର୍ଦ୍ଦେଶରେ ସିନାପାଲି ତହସିଲଦାର କପିଳଦେବ ସାହୁ, ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ମାଝି ଓ କେନ୍ଦୁମୁଣ୍ଡା ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳକୁ ଯାଇଥିଲେ। ବିବାଦୀୟ ସ୍ଥାନରେ ମାପ କରିଥିବା ଜଣାପଡିଛି । ଛତିଶଗଡ ରାଜ୍ୟ ଚାଷୀମାନେ ଓଡିଶା ଜମି ଉପରେ ମକା ଚାଷ କରିଥିବା ଘଟଣାକୁ ତଦନ୍ତକାରୀ ଅଫିସର ସ୍ବୀକାର କରିଥିଲେ ମଧ୍ୟ ଅଭିଯୋଗ ଅନୁସାରେ ୨୫ ଏକର ଜମିକୁ ସେମାନେ ଜବରଦଖଲ କରି ନ ଥିବା ପ୍ରକାଶ କରିଛନ୍ତି। କିନ୍ତୁ କିଛି ସ୍ଥାନରେ ସେମାନେ ମକା ଚାଷ କରିଥିବା ତଦନ୍ତ ବେଳେ ଜଣାପଡିଛି। ତଦନ୍ତ ବେଳେ ଉଭୟ ରାଜ୍ୟର ପଡୋଶୀ ଦୁଇ ଗ୍ରାମ ନୂଆମାଲପଡା ଓ ବୁର୍ଜାବାହାଲର ଚାଷୀମାନେ ଉପସ୍ଥିତ ଥିଲେ। ଉଭୟଙ୍କୁ ତଦନ୍ତକାରୀ ପ୍ରଶାସନିକ ଅଧିକାରୀମାନେ ଶାନ୍ତି ବଜାୟ ରଖିବା ପାଇଁ ମଧ୍ୟ ବୁଝାଶୁଝା କରିଥିଲେ। ହେଲେ ସୀମା ନିର୍ଦ୍ଧାରଣ ନେଇ କୌଣସି ସ୍ପଷ୍ଟ ହୋଇ ନ ଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଗତ ୨୦୧୮ରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଘଟଣାସ୍ଥଳକୁ ଆସି ତଦନ୍ତ କରିବା ପରେ ଓଡିଶା ସୀମାରେ ତାରବାଡ ଦେବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ପ୍ରଶାସନ କେବଳ ଏକତରଫା ଖୁଣ୍ଟପୋତି ବାଡ ତିଆରି ପାଇଁ କୌଣସି ପଦକ୍ଷେପ ନେଇନାହାନ୍ତି। ଫଳରେ ଦୁଇ ପଡୋଶୀ ଗ୍ରାମ ମଧ୍ୟରେ ଏହି ଘଟଣାକୁ ନେଇ ତିକ୍ତତା ବୃଦ୍ଧି ପାଇବାରେ ଲାଗୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri