ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ବଡ଼ବିଲ,୨୫।୩(ସ୍ବ.ପ୍ର.): ଦେଶବ୍ୟାପୀ ମଙ୍ଗଳବାର ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ସେଥିପାଇଁ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ରାଜ୍ୟ ସୀମାନ୍ତ ବଡ଼ବିଲରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାକୁ ସିଲ୍‌ କରାଯାଇଥିଲା ବେଳେ ଅତି ଜରୁରୀ ନ ହେଲେ ଜନସାଧାରଣଙ୍କୁ ଘରୁ ନ ବାହାରିବାକୁ ପୋଲିସ ତାଗିଦ କରିଛି। ଏଥିରେ ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚେତାବନୀ ଦେଇଛି। ତେବେ ବିଭିନ୍ନ ସ୍ଥାନରେ ପୋଲିସ ପାଟ୍ରୋଲିଂ ଜାରି ରଖିଛି। ଓଡ଼ିଶାରେ ଲୁହାପଥର ବୋଝେଇ ଭାରୀଯାନଗୁଡ଼ିକ ଯାତାୟାତ ପାଇଁ ଅନୁମତି ରହିଥିଲାବେଳେ ଝାଡ଼ଖଣ୍ଡରେ ଚଳାଚଳ ବନ୍ଦ ରହିଥିବାରୁ ନିଜ ରାଜ୍ୟକୁ ଯାଇ ନ ପାରି ଓଡ଼ିଶା ସୀମାନ୍ତରେ ଅଟକି ରହିଛି ଶହଶହ ଭାରୀଯାନ। ଫଳରେ ଟ୍ରକ ଡ୍ରାଇଭର ଓ ହେଲପରମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଦୋକାନ ବଜାର ବନ୍ଦ ରହିଥିବାରୁ ଖାଇବାକୁ ନ ପାଇ ଡହଳ ବିକଳ ହେଉଛନ୍ତି। ତେବେ ୨୧ ଦିନ ଧରି ଲକ୍‌ଡାଉନ୍‌ ପର୍ଯ୍ୟନ୍ତ ଖାଦ୍ୟ ନ ପାଇଲେ ଜୀବନ ରହିବ କି ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରି ସ୍ଥିତିରେ ସରକାର ସେମାନଙ୍କ ନିମନ୍ତେ କିଛି ସୁବିଧା କଲେ ଉପକୃତ ହେବେ ବୋଲି ଛତିଶଗଡ଼ର ଚାଳକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri