ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପୋଲିସର କେନ୍ଦ୍ରୀୟ ମନୋନୟନ ବୋର୍ଡ ଗତ ୬ରେ ଏହି ପଦୋନ୍ନତିକୁ ସ୍ବୀକୃତି ପ୍ରଦାନ କରିଥିଲା। ପଦୋନ୍ନତି ପାଇଥିବା ଅଧିକାରୀଙ୍କ ମଧ୍ୟରେ ୨୭୩ ଜଣ ସାଧାରଣ ବର୍ଗ, ୬୭ଜଣ ଅନୁସୂଚିତ ଜାତି ବର୍ଗର ଓ ୧୩ଜଣ ଅନୁସୂଚିତ ଜନଜାତି ବର୍ଗର ରହିଛନ୍ତି। ଏହି ଅଧିକାରୀମାନଙ୍କୁ ଅନୁଗୋଳଠାରେ ଥିବା ପୋଲିସ ପ୍ରଶିକ୍ଷଣ କେନ୍ଦ୍ର(ପିଟିସି)ରେ ୬ମାସ ପର୍ଯ୍ୟନ୍ତ ତାଲିମ ଦିଆଯିବ। ସମସ୍ତ ଅଧିକାରୀଙ୍କୁ ଆସନ୍ତା ୧୫ ସୁଦ୍ଧା ପିଟିସିରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବିଭାଗୀୟ ପଦୋନ୍ନତି କମିଟିର ଅନୁମୋଦନକ୍ରମେ ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୩ ଜଣ ବିଶିଷ୍ଟ ସହାୟକ ଓ କନିଷ୍ଠ ହେଡ୍‌କ୍ଲର୍କଙ୍କୁ ହେଡ୍‌ କ୍ଲର୍କ ପଦକୁ ପଦୋନ୍ନତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri