ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍‌ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ହୋଇଛି। ମଙ୍ଗଳବାର ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ସଚିବ ସଞ୍ଜୟ ସିଂ ଓ ମେଢ଼ ଡିଜାଇନ କରିଥିବା ଶିଳ୍ପୀ ଗଜେନ୍ଦ୍ର ସାହୁ ପୁରସ୍କାର ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସାଧାରଣତନ୍ତ୍ର ଦିବସରେ ସାମିଲ ହୋଇ ନ ଥିଲା। ଶେଷଥର ପାଇଁ ୨୦୧୭ରେ ସାମିଲ୍‌ ହୋଇଥିବା ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦୋଳ ପୂର୍ଣ୍ଣିମା ପରମ୍ପରା ଉପରେ ପର୍ଯ୍ୟବସିତ ଥିଲା। ତେବେ ଚଳିତବର୍ଷ ଓଡ଼ିଶା ‘ରୁକୁଣା ରଥ’ ପ୍ରଜ୍ଞାପନ ମେଢ଼ ସହ ପରେଡ଼ରେ ସାମିଲ୍‌ ହୋଇଥିଲା। ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ସହ ଯୋଡ଼ି ହୋଇ ରହିଥିବା କଳା, ସଂସ୍କୃତି ଓ ପରମ୍ପରାକୁ ପ୍ରଜ୍ଞାପନ ମେଢ଼ରେ ନିଖୁଣ ଭାବେ ପ୍ରଦର୍ଶନ କରାଯାଇଥିଲା। ମେଢ଼ ଉପରେ ଓ ଚାରିପାଖରେ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିକୁ ଦିଲ୍ଲୀ ଦରବାରରେ ଆହୁରି ଜୀବନ୍ତ କରିଦେଇଥିଲା। ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ ପୁରସ୍କାର ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର କଳା ଓ ସଂସ୍କୃତିକୁ ସେଠାରେ ପ୍ରଦର୍ଶିତ କରିଥିବା ସମସ୍ତ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହା ଆମ ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପରିଚୟ ଓ ଗୌରବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟ୍‌ର ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri