ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଥିଲା। ୧୬ଜଣିଆ ପୁରୁଷ ଏବଂ ମହିଳା ଦଳ ଚୟନ କରାଯାଇଥିବା ବେଳେ ସେଥିରେ ଗଞ୍ଜାମ ଜିଲାର ଥିଲେ ୯ ଖେଳାଳୀ। ମଙ୍ଗଳବାର ଖେଳାଳୀମାନେ ଉତ୍ତରାଖଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ବ୍ରହ୍ମପୁରରୁ ଭୁବନେଶ୍ୱର ଯାଇ ସେଠାରୁ ଓଡ଼ିଶା ଦଳ ସହ ଉତ୍ତରାଖଣ୍ଡ ଯିବେ। ଏହି ଖେଳାଳୀମାନେ ହେଲେ ଅବିନାଶ କୁମାର ବିଷୋୟୀ(୪୯କିଲୋ), ବିକ୍ରମ ନାୟକ(୫୨କିଲୋ), ରାଜେଶ କୁମାର ସାହୁ(୫୬କିଲୋ), ଗଣେଶ ମହାପାତ୍ର(୬୪କିଲୋ), ପି.ରାହୁଲ(୬୯କିଲୋ),ବି.ସୁରଜ(୭୫କିଲୋ),ଗଞ୍ଜାମର ଏ.ରିତୁ ରାଓ(୪୮କିଲୋ), ଏସ୍‌.ରୋଜା ଆଚାରୀ(୫୪କିଲୋ) ଏବଂ ଶ୍ରୋତା ଶତପଥୀ(୬୪କିଲୋ)। ଦଳ ସହ କୋଚ୍‌ ଏବଂ ମ୍ୟାନେଜର୍‌ ଭାବେ ଏ. ନାୟକ, ସୁଦର୍ଶନ ସାହୁ, ଏ. ଦାସ, ସୁନିଲ ବେହେରା ଯାତ୍ରା କରିଛନ୍ତି। ରେଫ୍ରି ଶିଶିର କୁମାର ପାଣିଗ୍ରାହୀ ଏବଂ ଓଡ଼ିଶା ଆମେଚର ବକ୍ସିଂ ସଂଘ ସମ୍ପାଦକ ଅନିଲ ବହିଦାର ସୁପରଭାଇଜର୍‌ ଭାବେ ଯାତ୍ରା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri