ଓଡ଼ିଶା ବିଜୁ ସଂଯୋଗ: ଅନଲାଇନ ପଞ୍ଜିକରଣର ୪୮ ଘଣ୍ଟା ମଧ୍ୟରେ ପାଇପାରିବେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ) – ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରେ ବଞ୍ଚତ୍ତ ହେବେ ନାହିଁ, ସେହି ଦିଗରେ ବିଭାଗ ସଦାସର୍ବଦା ଯତ୍ନବାନ ହେବା ଆବଶ୍ୟକ । ଉପଭୋକ୍ତାଗଣ କିଭଳି ଅତି ସହଜରେ, ସ୍ବଳ୍ପ ସମୟରେ ନିଜ ଗୃହକୁ ବିଦ୍ୟୁତ ସଂଯୋଗ ପାଇବେ, ତା’ର ସରଳ ପ୍ରକ୍ରିୟାକରଣ ଏବଂ ବିଦ୍ୟୁତ୍‌ ଦେୟ ସଂଗ୍ରହ ଦିଗରେ ମଧ୍ୟ ପ୍ରଦାନ କରାଯାଉଥିବା ସେବା ସମ୍ପର୍କିତ ତଥ୍ୟଗୁଡ଼ିକ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ‘ଓଡ଼ିଶା ବିଜୁ ସଂଯୋଗ’ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌ କରି ଉପଭୋକ୍ତାମାନେ ୪୮ ଘଣ୍ଟାରେ ନୂତନ ବିଦ୍ୟୁତ ସଂଯୋଗ ପାଇପାରିବେ ଏବଂ ସେଗୁଡ଼ିକର ତଥ୍ୟ ୱେବ୍‌ ଓ ନିଜର ଅତ୍ୟାଧୁନିକ ମୋବାଇଲରେ ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଉପଲବ୍ଧ ହେବ । ରାଜ୍ୟର ସବୁ ଅଞ୍ଚଳର ଉପଭୋକ୍ତାଗଣ ଅନ୍‌ଲାଇନ୍‌ ଦ୍ୱାରା ନିଜର ମାସିକ ବିଦ୍ୟୁତ୍‌ ଦେୟ ପ୍ରଦାନ କରିପାରିବେ । ସଂପ୍ରତି ପ୍ରି ପେଡ୍‌ ୱାଲେଟ୍‌ ପ୍ରକ୍ରିୟାକରଣ କାର୍ଯ୍ୟ ଚାଲିଛି । ଏହା ଦ୍ୱାରା ଉପଭୋକ୍ତାମାନଙ୍କ ଗୃହକୁ ଯାଇ ବିଦ୍ୟୁତ ଦେୟ ସଂଗ୍ରହ ହେବ । ଉକ୍ତ ସମୟରେ ଅନ୍‌ଲାଇନ୍‌ ଅର୍ଥ ପୈଠ କଲେ ଅତିରିକ୍ତ ୨ ପ୍ରତିଶତ ଉପଭୋକ୍ତାଗଣ ପାଇପାରିବେ । ଉପଭୋକ୍ତାଗଣ ନିକଟସ୍ଥ ପୋଷ୍ଟ ଅଫିସକୁ ଯାଇ ଅର୍ଥ ପାଇଠ କରିପାରିବେ ଏବଂ ନିଜର କାର୍ଡ ଜରିଆରେ ମଧ୍ୟ ବିଦ୍ୟୁତ ଦେୟ ପଇଠ କରିପାରିବେ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଗୋଟିଏ ପ୍ରକାର ପାରିଶ୍ରମିକ ପ୍ରଦାନ କରାଯାଇ ବିଦ୍ୟୁତ୍‌ ଦେୟ ସଂଗ୍ରହ କରାଯିବାର କାର୍ଯ୍ୟକାରିତା ନେଇ ବୈଠକରେ ଆଲୋଚନା ହୋଇଥିଲା ା ଫୋନ୍‌ ଦ୍ୱାରା ୨୪ଘଣ୍ଟିଆ ଗ୍ରାହକମାନଙ୍କ ଅଭିଯୋଗ ଗ୍ରହଣ କରିବା ଏବଂ ସେଗୁଡ଼ିକର ସମାଧାନ ଦିଗରେ କିଭଳି ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ମନ୍ତ୍ରୀ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri