ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ମିଳିଛି ମାତ୍ର ୩ କୋଟି ସବ୍‌ସିଡି

 

ନୂଆଦିଲ୍ଲୀ,୨୩-୭: ଗୁଜରାଟ, କର୍ନାଟକ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ୨୦୧୮-୧୯ରେ ନିଜ ରାଜ୍ୟର ମତ୍ସ୍ୟଜୀବୀଙ୍କୁ ସର୍ବାଧିକ ସବ୍‌ସିଡି ପ୍ରଦାନ କରିଛନ୍ତି। ତେବେ ଓଡ଼ିଶା ଏହାର ମତ୍ସ୍ୟଜୀବୀଙ୍କୁ ମାତ୍ର ୩ କୋଟି ଟଙ୍କା ସବ୍‌ସିଡି ପ୍ରଦାନ କରିିଥିବା ଭାରତ ପକ୍ଷରୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)କୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ, ଉକ୍ତ ରାଜ୍ୟ ସମେତ ଏକାଧିକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ବିଭିନ୍ନ ଯୋଜନା ମାଧ୍ୟମରେ ସବ୍‌ସିଡି ପ୍ରଦାନ କରିଛନ୍ତି। ସେମାନଙ୍କର ସୁରକ୍ଷା, କିରୋସିନ, ନୌପରିବହନ ସହାୟତା, ହାଇସ୍ପିଡ୍‌ ଡିଜେଲରେ ବିକ୍ରି କର ପ୍ରତ୍ୟାହାର, ପରମ୍ପରାଗତ ଡଙ୍ଗାରେ ମୋଟର ଲଗାଇବା ଆଦି ଲାଗି ସବ୍‌ସିଡି ପ୍ରଦାନ କରାଯାଇଛି। ଭାରତ ପକ୍ଷରୁ ଡବ୍ଲ୍ୟୁଟିଓକୁ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ଗୁଜରାଟ, କର୍ନାଟକ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମତ୍ସ୍ୟଜୀବୀଙ୍କୁ କ୍ରମଶଃ ୨୪୭.୪ କୋଟି, ୨୪୩.୬ କୋଟି, ୧୮୦ କୋଟି ଏବଂ ୧୦୯ କୋଟି ଟଙ୍କାର ସବ୍‌ସିଡି ପ୍ରଦାନ କରିଛି। ଏହାଛଡ଼ା ମହାରାଷ୍ଟ୍ର ୫୪.୭ କୋଟି, କେରଳ ୪୧.୯ କୋଟି, ଗୋଆ ୧୬.୫ କୋଟି, ପଶ୍ଚିମବଙ୍ଗ ୮.୪ କୋଟି ଏବଂ ଓଡ଼ିଶା ୩.୩ କୋଟି ଟଙ୍କାର ସବ୍‌ସିଡି ମତ୍ସ୍ୟଜୀବୀଙ୍କୁ ଦେଇଛନ୍ତି। ସୂଚନାଥାଉ କି, ଭାରତ ଏହି ସବ୍‌ସିଡି ଦେବା ବନ୍ଦ କରୁ ବୋଲି ଆମେରିକା ସମେତ ବିଦେଶୀ ରାଷ୍ଟ୍ରଗୁଡ଼ିକ ଦାବି କରୁଛନ୍ତି। ଅନ୍ୟପକ୍ଷରେ ସ୍ବଳ୍ପ ଆୟକାରୀ ଚାଷୀ ଓ ମତ୍ସ୍ୟଜୀବୀଙ୍କ ପାଇଁ ସବ୍‌ସିଡି ପ୍ରଦାନ ଜାରି ରଖିବାକୁ ଭାରତ ଚାହୁଁଛି। ୧୯୯୫ରେ ଡବ୍ଲ୍ୟୁଟିଓର ସଦସ୍ୟ ହୋଇଥିବା ଭାରତ ପ୍ରତିବର୍ଷ ସବ୍‌ସିଡି ସମ୍ପର୍କରେ ଏହାକୁ ଜଣାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri