‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଘୋଷଣା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଓଡ଼ିଶା ମା’ର ସେବା କରିଚାଲିଛି। ସେବା, ସଂଗ୍ରାମ ଓ ସ୍ବାଭିମାନ ହେଉଛି ବିଜେଡିର ଆଦର୍ଶ। ଓଡ଼ିଶାବାସୀଙ୍କ ଆଶୀର୍ବାଦ ଆମର ଶକ୍ତି। ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ବିଜେଡି ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ଜରିଆରେ ତାଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଜଣାଉଛି। ଏହା ଦଳର ପ୍ରମୁଖ ଅଂଶ ଭାବେ ସର୍ବଦା କାର୍ଯ୍ୟ କରିବ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମର ଆବାହକ ଭାବେ ଅରୂପ କୁମାର ପଟ୍ଟନାୟକ, ସହ ଆବହାକ ଭାବେ ପିନାକୀ ମିଶ୍ର, ଅଚ୍ୟୁତନନ୍ଦ ସାମନ୍ତ, ଚନ୍ଦ୍ରଶେଖର ସାହୁ, ଅତନୁ ସବ୍ୟସାଚୀ ନାୟକ, ନଳିନୀକାନ୍ତ ପ୍ରଧାନ ଏବଂ ସଭ୍ୟ ଭାବେ ମନୋହର ରାନ୍ଧାରୀ, ଅନନ୍ତ ନାରାୟଣ ଜେନା, ସୁଧିର ସାମଲ, ସୁଶାନ୍ତ ରାଉତ, ସଞ୍ଜିବ ବିଶ୍ୱା, ସଂଧ୍ୟାକୁମାରୀ ନାୟକ, ଡେଜାଲିନ୍‌ ମହାପାତ୍ର ଏବଂ ଗୌରହରି ମିଶ୍ରଙ୍କୁ ନିଯୁକ୍ତ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସେହିଭଳି ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ପରିବେଶ ସୁରକ୍ଷା, ରକ୍ତଦାନ ସେବା ଓ କଲ୍ୟାଣ, ବିପନ୍ନ ଓଡ଼ିଆଙ୍କୁ ସହାୟତା ଆଦି ଦିଗରେ ଗୁରୁତ୍ୱ ଦେବ। ପରିବେଶ ସୁରକ୍ଷା ପାଇଁ ବିଜେଡି କର୍ମୀମାନେ ବ୍ୟାପକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେବା ସହ ଲୋକଙ୍କୁ ସଚେତନ କରାଇବେ। ସେହିଭଳି ଦଳ ପକ୍ଷରୁ ଆରମ୍ଭ କରାଯାଇଥିବା ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ସଫଳତାର ସହ ଚାଲିଛି। ଏହାକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଦେଶ ତଥା ବିଦେଶରେ କାମ କରୁଥିବା ଓଡ଼ିଶାବାସୀ ଯଦି ବିପଦରେ ପଡ଼ନ୍ତି ତେବେ ସେମାନଙ୍କର ବିପଦ ସମୟରେ ସେମାନଙ୍କ ସହ ରହି ତାଙ୍କୁ ଏବଂ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ଦିଗରେ ଦଳୀୟ କର୍ମୀମାନେ କାମ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ...

ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ) ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା...

ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ...

ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ...

ପାଣି ପାଇଁ ରାସ୍ତାରେ ମହିଳା

ହିନ୍ଦୋଳ, ୪।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ୧୦ନଂ. ଓ୍ବାର୍ଡରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର ଅଞ୍ଚଳର ବହୁସଂଖ୍ୟାରେ ମହିଳା...

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ଜେଇଇ ମେନ୍‌ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର...

ରାଜ୍ୟରେ ନିଷେଧ ହେଲା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯାଇଛି। ରାଜ୍ୟରେ ଏହା ଲାଗୁ ହୋଇଛି। ପରିବେଶକୁ...

Advertisement
Archives

Model This Week