ଓଡ଼ିଶା ସମବାୟ ନୀତିକୁ ଅନୁଧ୍ୟାନ କଲେ ପଞ୍ଜାବ ସରକାର

ଭୁବନେଶ୍ୱର, ୧।୮(ବ୍ୟୁରୋ): ଓଡ଼ିଶାର ପ୍ରାଥମିକ କୃଷି ସମବାୟ କ୍ଷେତ୍ରରେ କୋର ବ୍ୟାଙ୍କିଙ୍ଗ୍‌ ଜରିଆରେ ଋଣ ପ୍ରଦାନ ବ୍ୟବସ୍ଥାକୁ ପଞ୍ଜାବ ସରକାର ଅନୁଧ୍ୟାନ କରିଛନ୍ତି। ଏନେଇ ପଞ୍ଜାବ ସମବାୟ ମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧାଓ୍ବାଙ୍କ ନେତୃତ୍ବରେ ଏକ ୭ ଜଣିଆ ପ୍ରତିନିଧି ଦଳ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ପ୍ରତିନିଧି ଦଳ ଓଡ଼ିଶା ରାଜ୍ୟ କୋଅପରେଟିଭ୍‌ ବ୍ୟାଙ୍କର କୋର ବ୍ୟାଙ୍କିଙ୍ଗ୍‌ ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଛନ୍ତି । ସମବାୟ ବ୍ୟାଙ୍କଗୁଡ଼ିକ ଡିଜିଟାଇଜେଶନ୍‌ ଏବଂ ଧାନ କିଣିବା ବାବଦ ଅର୍ଥ ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଚାଷୀମାନଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରେରଣ ସମ୍ପର୍କରେ ପଚାରି ବୁଝିଛନ୍ତି । ପଞ୍ଜାବ ପ୍ରତିନିଧି ଦଳ ଏହାକୁ ପଞ୍ଜାବ ସମବାୟ କ୍ଷେତ୍ରରେ ଲାଗୁ କରିବା ଦିଗରେ ଆଗ୍ରହ ପ୍ରକାଶ କରିଥିବା ଜଣାପଡ଼ିଛି । ଗସ୍ତ କାଳରେ ପଞ୍ଜାବ ମନ୍ତ୍ରୀ ଏବଂ ତାଙ୍କ ପ୍ରତିନିଧି ଦଳ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଦର୍ଶନ ସହିତ ଶିଶୁପାଳଗଡ଼ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ବୁଲି ଦେଖିଛନ୍ତି ା
ଏହି ଅବସରରେ ସେମାନେ ରାଜ୍ୟ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ତାଙ୍କ ବିଧାନସଭା ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି। ଏହାସହ ତାଙ୍କୁ ପଞ୍ଜାବ ଗସ୍ତ ପାଇଁ ନିମନ୍ତ୍ରଣ କରିଥିବା ଜଣାପଡିଛି। ଏହି ଅବସରରେ ଉକ୍ତ ପ୍ରତିନିଧି ଦଳ ବିଧାନସଭା ପ୍ରଶ୍ନୋତ୍ତର ସମୟରେ ବାଚସ୍ପତିଙ୍କ ଗ୍ୟାଲେରିରେ ଉପସ୍ଥିତ ଥିଲେ। ରାଜ୍ୟ ମନ୍ତ୍ରୀଙ୍କ ସହ ପଞ୍ଜାବ ପ୍ରତିନିଧି ଦଳ ଆଲୋଚନା ସମୟରେ ଦୁଇ ରାଜ୍ୟ ମଧ୍ୟରେ ସମବାୟ କ୍ଷେତ୍ରରେ ସହଯୋଗ ବୃଦ୍ଧିକୁ ନେଇ ଗୁରୁତ୍ବାରୋପ କରାଯାଇଛି । ସମବାୟ କ୍ଷେତ୍ରରେ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ରାଜ୍ୟଗୁଡ଼ିକ ମଧ୍ୟରେ ସମନ୍ବୟ ରକ୍ଷା କରି ମିଳିତଭାବେ ସମାଧାନ ନିମନ୍ତେ କେନ୍ଦ୍ର ସରକାରଙ୍କ ନିକଟରେ ପ୍ରସ୍ତାବ ଦେବା ଉପରେ ଆଲୋଚନା କରାଯାଇଛି। ଏହାଦ୍ବାରା ସମବାୟ କ୍ଷେତ୍ରକୁ ଅଧିକ ଶକ୍ତିଶାଳୀ ଓ କ୍ରିୟାଶୀଳ କରାଯାଇ ପାରିବ ବୋଲି ମତ ପ୍ରକାଶ ପାଇବ ବୋଲି ଦୁଇମନ୍ତ୍ରୀ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri