ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ

ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି ହର ପ୍ରସାଦ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ସମସ୍ତ ପଞ୍ଚାୟତର ପିଅନ, ରାତ୍ରି ଜଗୁଆଳି, ଝାଡୁଦ୍ୱାରାମାନେ ଯୋଗଦେଇଥିଲେ। ବର୍ଷ ବର୍ଷ ଧରି ଏହି କର୍ମଚାରୀମାନେ ୩ ଶହରୁ ୧୫ ଶହ ଟଙ୍କା ମଧ୍ୟରେ ପାରଶ୍ରମିକ ପାଇ ପଞ୍ଚାୟତ କାର୍ଯ୍ୟାଳୟରେ ଶ୍ରମିକ ଭାବେ କାମ କରୁଛନ୍ତି। ପୂର୍ବାହ୍ନ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଖଟୁଥିଲେ ମଧ୍ୟ ସରକାରଙ୍କ ସର୍ବନିମ୍ନ ମଜୁରୀ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବି କରିବା ସତ୍ତ୍ୱେ ରାଜ୍ୟ ସରକାର ୧୨୩/୧୯୬୪ ଓ ୧୨୫/୨୦୧୪ ଆଇନର ଆଳ ଦେଖାଇ ସେମାନଙ୍କୁ ଠକି ଚାଲିଛନ୍ତି। ରାଜ୍ୟ ସରକାର ଜିଆରଏସ୍‌, ଯୋଗାଣ ସହାୟକ, ଏସିଏମ୍‌, ଆାଶା ଓ ଅଙ୍ଗନୱାଡି କର୍ମୀଙ୍କ କିଛି ଦାବି ମାନିଥିଲେ ମଧ୍ୟ ଏହି କର୍ମଚାରୀଙ୍କ ଦାବିକୁ ଅଣଦେଖା କରୁଥିବା ପ୍ରକାଶ କରିଛନ୍ତି। ଏହାସହ ନିୟମିତ ଦରମା ଓ ସ୍ଥାୟୀ ନିଯୁକ୍ତି ଦାବି ନେଇ ବୈଠକରେ ଆଳୋଚନା ହୋଇଥିଲା । ଯଦି ଏହି ଦାବି ସରକାର ନ ମାନନ୍ତି ତେବେ ଆସନ୍ତା ଅକ୍ଟୋବରରେ ବିଧାନସଭା ଘେରାଉ କରିବୁ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ଏହି ବୈଠକରେ ଜିଲା କୋଷାଧ୍ୟକ୍ଷ ନବିନ ଥପ୍ପା, ଜିଲା ଆବାହାକ ଲଲିତ ପାରି, ବ୍ଲକ ସାଧାରଣ ସମ୍ପାଦକ ଦେବେନ୍ଦ୍ର ମାଝି, କୋଷାଧ୍ୟକ୍ଷ ଯଦୁମଣି ଗହୀର, ଆବାହକ ମନୋରଞ୍ଜନ ଛତ୍ରିଆ, ପୂର୍ବତନ ବ୍ଲକ ସଭାପତି ମଦନ ମୋହନ ପାଣ୍ଡେ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri