ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତି କୋବିନ୍ଦ ସସ୍ତ୍ରୀକ ପହଞ୍ଚିଥିଲେ। ସେଠାରେ  ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧମେର୍ନ୍ଦ ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି  ଅଭ୍ୟର୍ଥନା ଜଣାଇଥିଲେ। ବିମାନ ବନ୍ଦରରୁ ସେ  ଗୋଳାବନ୍ଧ ସ୍ଥିତ ଆର୍ମି ଏଡି କଲେଜ ଅଭିମୁଖେ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଯାତ୍ରା କରିଛନ୍ତି। ରଙ୍ଗେଇଲୁଣ୍ଡାସ୍ଥିତ ଏୟାର ଷ୍ରେ‌ଟଷ୍ଟ୍ରିପ୍‌ରେ ଓହ୍ଲାଇବା ପରେ ସ୍ଥଳପଥରେ ଯାଇ ଉଦ୍ଦିଷ୍ଟ ସ୍ଥାନରେ ରାତ୍ରଯାପନ କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri