ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ ଏହି ସୂଚନା ଦେଇଛନ୍ତି। ମିତ୍ତଲ ଓ ନିପନ ଷ୍ଟିଲ ଦ୍ୱାରା ପରିଚାଳିତ ପାରାଦୀପର ପେଲେଟ ପ୍ଲାଣ୍ଟର କ୍ଷମତା ବାର୍ଷିକ ୬ ନିୟୁତ ଟନରୁ ୧୨ ନିୟୁତ ଟନକୁ ବୃଦ୍ଧି କରିବାକୁ ନିଷ୍ପତ୍ତିନେଇଥିବା ବେଳେ କେନ୍ଦୁଝରର ଡାବୁନି ବେିନିଫିକେସନ ପ୍ଲାଣ୍ଟ କ୍ଷମତା ୫ ନିୟୁତ ଟନରୁ ୧୬ ନିୟୁତ ଟନକୁ ବୃଦ୍ଧି ସମ୍ପ୍ରସାରିତ କରାଯିବ। ଏହି ସବୁ ପ୍ରକଳ୍ପ ବାବଦରେ ପ୍ରଥମ ପର୍ଯ୍ୟାୟରେ ଉଭୟ ମିତ୍ତଲ ଓ ନିପନ ଷ୍ଟିଲ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବେ।
ରାଜ୍ୟ ସରକାର ଯେପରି ଦକ୍ଷତା ସହ କୋଭିଡ-୧୯ ମୁକାବିଲା କରୁଛନ୍ତି ସେଥିପାଇଁ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ମହାମାରୀ ଯୋଗୁ ସମଗ୍ର ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଥିବା ବେଳେ ଓଡିଶା ସରକାର ଶିଳ୍ପ ଜଗତକୁ ସହଯୋଗର ହାତ ବଢାଇଛନ୍ତି। ଏଥିପାଇଁ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ତାଙ୍କ କମ୍ପାନୀ ପକ୍ଷରୁ ନିଲାମରେ ନିଆଯାଇଥିବା ୨ଟି ଖଣି ସାଗାସାହି ଓ ଠାକୁରାଣୀ ଖଣିର ଲିଜ ଯେପରି ସ୍ବଚ୍ଛତାର ସହ ସମ୍ପାଦିତ ହେଲା ତାହା ବିଶ୍ୱସ୍ତରରେ ନୂଆ ବେଞ୍ଚ ମାର୍କ ସୃଷ୍ଟି କରିଛି ବୋଲି ମିତ୍ତଲ କହିଛନ୍ତି। ୨୦୧୯ ଡିସେମ୍ବରରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ କ୍ରମେ ୫୦ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ,ଏସଆର ଷ୍ଟିଲକୁ ଅଧିଗ୍ରହଣ କରିଛନ୍ତି। ଏହାଦ୍ୱାରା ଭାରତରେ ୭ ବିଲିୟନ ଆମେରିକୀୟ ଡଲାର ପ୍ରତ୍ୟେକ୍ଷ ପୁଞ୍ଜିନିବେଶ ବିନିଯୋଗ ହୋଇଛି ଯାହାକି ଭାରତରେ ଅନ୍ୟତମ ବୃହତ୍ତମ ବିଦେଶୀ ପୁଞ୍ଜି ବିନିଯୋଗ ବୋଲି ମିତ୍ତଲ କହିଛନ୍ତି। ମିତ୍ତଲ ଓ ନିପନ ଷ୍ଟିଲ ପାରାଦୀପରେ ପେଲେଟ ପ୍ଲାଣ୍ଟ କେନ୍ଦୁଝରରେ ଡାବୁନିରେ ବେନିଫିକେଶନ ପ୍ଲାଣ୍ଟ ସହିତ ସାଗାସାହି ଓ ଠାକୁରାଣୀ ଖଣି ପରିଚାଳନା କରୁଛନ୍ତି।
ଓଡିଶାରେ ଉତ୍ପାଦିତ ଖଣିଜ ଦ୍ରବ୍ୟକୁ ଓଡିଶାରେ ହିଁ ମୂଲ୍ୟଯୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମିତ୍ତଲଙ୍କୁ ପରାମର୍ଶ ଦେଇଥିଲେ। ଏହାଦ୍ୱାରା ଅଧିକ ନିଯୁକ୍ତି ସୃଷ୍ଟି ହେବା ସହିତ ରାଜ୍ୟ ଅର୍ଥନୀତିର ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri