ଓଡିଶା ନିର୍ମାଣ ସଂଘର ବିକ୍ଷୋଭ

ଫୁଲବାଣୀ ଅଫିସ, ୨୦ା୧-ବିଭିନ୍ନ ଦାବି ନେଇ ଓଡିଶା ନିର୍ମାଣ ସଂଘ କନ୍ଧମାଳ ଶାଖା ପକ୍ଷରୁ ଫୁଲବାଣୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମାଦିକୁନ୍ଦା ଛକଠାରେ ଶ୍ରମିକମାନେ ଏକାଠି ହୋଇ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲା ପ୍ରଶାସନକୁ ଦାବିପତ୍ର ପ୍ରଦାନ କରାଯାଇଛି ।
ନିର୍ମାଣ ଶ୍ରମିକମାନେ ସବୁବେଳେ ଅବହେଳିତ ହୋଇ ରହୁଛନ୍ତି। ପ୍ରକୃତ ନିର୍ମାଣ ଶ୍ର୍ରମିକ ସରକାରୀ ସୁବିଧା ପାଇଁ ପରିଚୟପତ୍ର ପାଇ ପାରୁନାହାନ୍ତି। ନିର୍ମାଣ ଶ୍ରମିକ ନ ଥିବା ତଥା ସ୍ବଚ୍ଛଳ ବର୍ଗର ଲୋକେ ଟଙ୍କା ଦେଇ ବେଆଇନ ଭାବେ ଏହା ହାତେଇଛନ୍ତି। ଏହାର ତଦନ୍ତ କରି ତୁରନ୍ତ ସେମାନଙ୍କ ପରିଚୟପତ୍ର ରଦ୍ଦ କରିବାକୁ ଶ୍ରମିକନେତା ତଥା ସଂଘ ଜିଲା ଆବାହକ ଜନବାଦୀ ଗୌଡ, ନକୁଳ ପ୍ରଧାନ, ସୁକାନ୍ତ ଦିଗାଲ, ଦାମୋଦର କହଁର, ଶତ୍ରୁଘନ ମଲ୍ଲିକ, ପ୍ରକାଶ ଚନ୍ଦ୍ର ନାୟକ, ସୁଧାଂଶୁ ପ୍ରଧାନ ପ୍ରକାଶ କରିଛନ୍ତି।
ଏଥିସହ ଜିଲାରେ ଖାଲି ପଡିଥିବା ଶ୍ରମ ଅଧିକାରୀ ପଦବୀ ତୁରନ୍ତ ପୁରଣ କରିବା, ବର୍ଷ ବର୍ଷ ଧରି ପଡି ରହିଥିବା ନାମ ପଞ୍ଜୀକରଣ ପରିଚୟପତ୍ର ଫର୍ମ ତୁରନ୍ତ କାର୍ଯ୍ୟକାରୀ କରି ପରିଚୟପତ୍ର ପ୍ରଦାନ କରିବା, କନ୍ଧମାଳ ଜିଲାକୁ ପ୍ରବାସୀ ଶ୍ରମିକ କଲ୍ୟାଣ ଯୋଜନାରେ ସାମିଲ କରାଯାଇ ବର୍ଷକୁ ୨୦୦ ଦିନ କାର୍ଯ୍ୟ ଯୋଗାଇଦେବା, ଫୁଲବାଣୀ, ଜି.ଉଦୟଗିରି ଏବଂ ବାଲିଗୁଡାରେ ନିର୍ମାଣ ଶ୍ରମିକ ଭବନ ନିର୍ମାଣ କରିବା ଆଦି ଦାବି ସମ୍ପର୍କରେ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri