ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ଏଥିରେ ସୋସାଇଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଆବଶ୍ୟକ ମରାମତି ଅଭାବରୁ ଓଭରବ୍ରିଜ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ତୁରନ୍ତ ମରାମତି କରାଯିବାକୁ ସମ୍ପାଦକ ମନୋଜ ନାୟକ ଦାବି କରିଥିଲେ। ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜିବ କୁମାର ମହାନ୍ତି ପହଞ୍ଚି ଧାରଣାକାରୀଙ୍କ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ଓଭରବ୍ରିଜ୍‌ର ମରାମତି ପାଇଁ ଦିଲ୍ଲୀସ୍ଥିତ ହାର୍‌କୁଲେସ୍‌ ଷ୍ଟ୍ରକ୍ଚରାଲ୍‌ ସିଷ୍ଟମ୍‌ ପ୍ରା.ଲି.ର ଅଟକଳକୁ ଗ୍ରହଣ କରି ବିଭାଗୀୟ ମୁଖ୍ୟଯନ୍ତ୍ରୀ ଗତ ୩୧ତାରିଖରେ ଏ ବାବଦରେ ୪କୋଟି ୯୩ଲକ୍ଷ ୨୫ହଜାର ୭ଶହ ୪୨ଟଙ୍କା ମଞ୍ଜୁର କରିଛନ୍ତି। ଏ ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯାଇଛି। ପୋଲର ମରାମତି କାର୍ଯ୍ୟାରମ୍ଭ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବାକୁ ଜିଲାପାଳଙ୍କୁ ମଧ୍ୟ ଅନୁରୋଧ କରାଯାଇଛି ବୋଲି ଯନ୍ତ୍ରୀ ମହାନ୍ତି ସୂଚନା ଦେଇଥିଲେ। ଆଲୋଚନାକୁ ଭିତ୍ତି କରି ସିଭିଲ୍‌ ସୋସାଇଟି ତରଫରୁ ଚାଲିଥିବା ଗଣଧାରଣାକୁ ଅପରାହ୍ନରେ ପ୍ରତ୍ୟାହାର କରାଯାଇଥିଲା।
ପ୍ରତିଶ୍ରୁତି ଅନୁଯାୟୀ କାର୍ଯ୍ୟାରମ୍ଭ ନ ହେଲେ ସିଭିଲ୍‌ ସୋସାଇଟି ତରଫରୁ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ସୋସାଇଟି ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଗଣଧାରଣାରେ ବରିଷ୍ଠ ନାଗରିକ ମଞ୍ଚର ଜିଲା ସମ୍ପାଦକ ଲକ୍ଷ୍ମୀଧର ବେହେରାଙ୍କ ସମେତ ବିଭିନ୍ନ ସାମାଜିକ ଓ ଗଣସଙ୍ଗଠନ ତରଫରୁ ଚିତ୍ତରଞ୍ଜନ ସାହୁ, ଧୀରେନ୍ଦ୍ର ନାରାୟଣ ଦାସ, ଗୌରାଙ୍ଗ ପାଣିଗ୍ରାହୀ, ବସନ୍ତ ସ, ଶଶାଙ୍କ ଶେଖର ଦତ୍ତ, କବି ଶ୍ରୀଦେବ, ସାହିରୁଲ୍‌ ହକ୍‌, ନିରଞ୍ଜନ ପରିଡ଼ା, ନିରଞ୍ଜନ କୁମାର ଦାସ, ସୁଦର୍ଶନ ଦାସ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri