Posted inଖେଳ

‘ଓଭର ଥ୍ରୋ ଚୌକାକୁ ବାତିଲ୍‌ କରିବାକୁ ଅମ୍ପାୟରଙ୍କୁ କହି ନ ଥିଲି’

ଲଣ୍ଡନ, ୩୧।୭ (ପି.ଟି.): ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ରୋମାଞ୍ଚକ ଭରା ଆଇସିସି ବିଶ୍ୱକପ୍‌ ଫାଇନାଲରେ ଏକ ବିବାଦୀୟ ଘଟଣାକ୍ରମେ ବେନ୍‌ ଷ୍ଟୋକ୍ସଙ୍କ ବ୍ୟାଟ୍‌ ବାଜି ଓଭର ଥ୍ରୋ ଜରିଆରେ ଇଂଲଣ୍ଡରକୁ ୪ ରନ୍‌ ମିଳିଥିଲା। ତେବେ ଅମ୍ପାୟରଙ୍କୁ ଏହି ୪ ରନ୍‌ ବାତିଲ୍‌ କରିବାକୁ ସେ କେବେ କହି ନ ଥିଲେ ବୋଲି ଫାଇନାଲ୍‌ ହିରୋ ଷ୍ଟୋକ୍ସ ସ୍ପଷ୍ଟ କରିଛନ୍ତି। ମ୍ୟାଚ୍‌ର ଅନ୍ତିମ ଓଭର ବୋଲିଂ କରୁଥିବା ଟ୍ରେଣ୍ଟ ବୋଲ୍ଟଙ୍କ ୪ର୍ଥ ବଲ୍‌ରେ ଏହି ଘଟଣା ଘଟିଥିଲା, ଯାହାକି ମ୍ୟାଚ୍‌ର ଟର୍ନିଂ ପଏଣ୍ଟ ଥିଲା। ‘ମୁଁ ସେଠାରେ ସମସ୍ତ ଘଟଣା ଦେଖିଥିଲି ଏବଂ ନିଜକୁ ନିଜେ ଭାବୁଥିଲି କି କ’ଣ ମୁଁ ଏହିଭଳି କହିଛି? କିନ୍ତୁ ଛାତି ଉପରେ ହାତ ରଖି କହିବି, ମୁଁ ଅମ୍ପାୟରଙ୍କ ନିକଟକୁ ଯାଇନାହିଁ ଓ ତାଙ୍କୁ ଏହିଭଳି କୌଣସି କଥା କହିନାହିଁ’ ବୋଲି ଇଂଲଣ୍ଡ ଅଲ୍‌ରାଉଣ୍ଡର ଷ୍ଟୋକ୍ସ ଏକ ସାକ୍ଷାତ୍‌କାର ଅବସରରେ ଏହା କହିଛନ୍ତି। ଏହି ଓଭର ଥ୍ରୋ’ରେ ବ୍ୟାଟ୍‌ ବାଜି ବଲ୍‌ ଯେତେବେଳେ ବାଉଣ୍ଡାରୀ ବାହାରକୁ ଚାଲିଯାଇଥିଲା ସେତେବେଳେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଟମ୍‌ ଲଥାମଙ୍କୁ କ୍ଷମା ମାଗିଥିବା ଷ୍ଟୋକ୍ସ ସ୍ବୀକାର କରିଛନ୍ତି। ଷ୍ଟୋକ୍ସ କହିଛନ୍ତ, ‘ ମୁଁ ସିଧା ଟମ୍‌ ଲଥାମଙ୍କ ପାଖକୁ ଯାଇଥିଲି ଏବଂ ବନ୍ଧୁ ମୋର ଭୁଲ ହୋଇଛି ବୋଲି କହିଥିଲି। ଏହାପରେ କେନ୍‌ଙ୍କ ଆଡ଼କୁ ଅନାଇ ବହୁତ ଦୁଃଖିତ ବୋଲି କହିଥିଲି’। ଉଲ୍ଲେଖ୍ୟଯୋଗ୍ୟ, ଏହି ଓଭର ଥ୍ରୋ ଚୌକା ଘଟଣା ପରେ ଷ୍ଟୋକ୍ସ ଅମ୍ପାୟରଙ୍କ ନିକଟକୁ ଯାଇ ବାଉଣ୍ଡାରୀ ବାତିଲ୍‌ କରିବାକୁ କହିଥିବା ଅନ୍ୟତମ ଇଂଲଣ୍ଡ କ୍ରିକେଟର୍‌ ଜେମ୍ସ ଆଣ୍ଡରସନ କହିଥିଲେ। କିନ୍ତୁ ଷ୍ଟୋକ୍ସ ଏବେ ଆଣ୍ଡରସନଙ୍କ ଏହି କଥାକୁ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri