Posted inଜାତୀୟ

ଓମାର,ମେହବୁବାଙ୍କ ବିରୋଧରେ ପିଏସଏ: ଚିଦାମ୍ବରମ କହିଲେ, ଲୋକତନ୍ତ୍ରରେ ଏହା ସବୁଠୁ କ୍ରୂର ପଦକ୍ଷେପ

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍‌ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍‌ତି ଅଟକ ରହିଥିବା ବଙ୍ଗଳାକୁ ମାଜିଷ୍ଟ୍ରେଟ ଏହି ନିର୍ଦ୍ଦେଶନାମା ପଠାଇଛନ୍ତି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମ। ବିନା ଅଭିଯୋଗରେ ଦୁଇ ନେତାଙ୍କ ଉପରେ ପିଏସ୍‌ଏ ଲାଗୁ କରାଯିବାକୁ ନେଇ ସେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏହା ଲୋକତନ୍ତ୍ର ସବୁଠୁ କ୍ରୂର ପଦକ୍ଷେପ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ,ଅଗଷ୍ଟ ୫ରେ ଧାରା ୩୭୦ ଉଚ୍ଛେଦ ପରଠୁ ଅଟକ ଥିବା ଓମାର ଏବଂ ମେହବୁବାଙ୍କ ବ୍ୟତୀତ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି)ର ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଅଲି ମହମ୍ମଦ ସାଗର ଏବଂ ପିଡିପିର ବରିଷ୍ଠ ନେତା ସର୍ତାଜ ମଦାନିଙ୍କୁ ମଧ୍ୟ ପିଏସ୍‌ଏରେ ବୁକ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri