ଓଲଟିଲା ଟାଟା ମ୍ୟାଜିକ୍‌: ୨୩ ଆହତ

କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌(ନଂ-ଓଡି୧୨ସି୩୦୭୨) ଗାଡି ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୨୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଗାଡିରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ବସିଥିଲେ। ସୂଚନାଯୋଗ୍ୟ, ଗୁଗୁରୁମାହା ପଞ୍ଚାୟତର ଭୁତାଡି ଗ୍ରାମର ଏକ ଟାଟା ମ୍ୟାଜିକ୍‌ ଗାଡିରେ ମଙ୍ଗଳବାର ହାଟ କରିବା ପାଇଁ ଯାତ୍ରୀମାନେ କୋଟଗଡ ବ୍ଲକ ଆସୁଥିଲେ। ଗାଡିଟି ଭାରସାମ୍ୟ ହରାଇ ମଦାଙ୍ଗି ନିକଟରେ ଓଲଟି ପଡିଥିଲା। ଆହତଙ୍କୁ ପ୍ରଥମେ କୋଟଗଡ ଡାକ୍ତରଖାନାରେ ଚିକିତ୍ସିତ କରାଯାଇ ୧୮ଜଣକୁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କ ଗୁରୁତର ଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଗାଡି ଚାଳକ ଫେରାର ଥିବାବେଳେ କୋଟଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିଟିକୁ ଯବତ କରିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri