ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟବାସିନ୍ଦା ସେମାନଙ୍କୁ ଉଦ୍ଧାର କରି ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ପୋଲିସ କହିଛି, ପାରାଦୀପରୁ ସମ୍ବଲପୁର ଅଭିମୁଖେ ଏକ ଟ୍ୟାଙ୍କର (ନଂ.ଓଡ଼ି୧୫ଏଫ୩୦୩୩) ଡିଜେଲ ଓ ପେଟ୍ରୋଲ ବୋଝେଇ କରି ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତାକୁ ଓଲଟି ପଡ଼ିଥିଲା। ପରେ କେତେକ ବ୍ୟକ୍ତି ଉକ୍ତ ଟ୍ୟାଙ୍କରରୁ ଜାରକିନ ମାଧ୍ୟମରେ ଡିଜେଲ ଓ ପେଟ୍ରୋଲ ବୋହି ନେଇ ଯାଇଥିଲେ। ଖବରପାଇ ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବାସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ ଜଳ ଶୋଷୁଛି ରାମ୍‌କୋ ସିମେଣ୍ଟ

ଯାଜପୁର ଅଫିସ,୮ା୪: ୨୦୧୮ ଅଗଷ୍ଟରେ ଜଳ ସମ୍ପଦ ବିଭାଗର ଚିଫ୍‌ ଇଞ୍ଜିନିୟର ରାମ୍‌କୋ ସିମେଣ୍ଟ କାରଖାନାକୁ କେବଳ ନିର୍ମାଣ ଏବଂ ପାନୀୟ ଜଳ ଉଦ୍ଦେଶ୍ୟରେ ଦୈନିକ...

ହଳଦୀରେ ଅପମିଶ୍ରଣ: ମିଲ୍‌ରେ ପୋଲିସର ଚଢ଼ାଉ

ବଲାଙ୍ଗୀର ଅଫିସ, ୨୧।୧୦: ବଲାଙ୍ଗୀର ସହର ଲିଟେରାରୀ କ୍ଲବ ନିକଟରେ ଥିବା ଏକ ମିଲ୍‌ରେ ହଳଦୀରେ ଅପମିଶ୍ରଣ କରାଯାଉଥିବା ସୂଚନା ପାଇ ଟାଉନ ଥାନା ପୋଲିସ...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆଜି ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ମାସନ ଟ୍ରେନିଂ: ଶ୍ରମିକଙ୍କୁ ମିଳୁନି ଟଙ୍କା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରାଜ୍ୟର ଅଣକୁଶଳୀ ଶ୍ରମିକଙ୍କୁ କୁଶଳୀ କରିବା ଲାଗି ସରକାର ମାସନ (ରାଜମିସ୍ତ୍ରି) ଟ୍ରେନିଂ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ହେଲେ ଏହି କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା...

ଲୋକାୟୁକ୍ତ ସଦସ୍ୟଭାବେ ଦାୟିତ୍ୱ ନେଲେ ରାଜେନ୍ଦ୍ର ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ନୂଆ ଦାୟିତ୍ୱ ଗ୍ରହଣ କଲେ ବିଦାୟୀ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ଲୋକାୟୁକ୍ତ ସଦସ୍ୟ ଭାବେ ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ୱର,୯ା୪(ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତିକୁ ଅଧିକ ସଶକ୍ତ କରିବାକୁ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଲକ...

ଆର୍ମି ପରୀକ୍ଷା ହେଉ ନ ଥିବାରୁ ଅସନ୍ତୋଷ

ଅନୁଗୋଳ ଅଫିସ, ୮।୫: ଆର୍ମି ନିଯୁକ୍ତି ମେଳାରେ ଯୋଗଦେଇ ଶାରୀରିକ ଓ ଡାକ୍ତରୀ ପରୀକ୍ଷାରେ କୃତକାର୍ଯ୍ୟ ହେଲେ। କିନ୍ତୁ ଲିଖିତ ପରୀକ୍ଷା ଏଯାଏ ହେଉ ନ ଥିବାରୁ...

Advertisement
Archives

Model This Week