Posted inଖେଳ

ଓସାକା ବିଶ୍ୱର ସବୁଠାରୁ ଆୟକାରୀ ମହିଳା ଆଥଲେଟ୍‌

ନ୍ୟୁୟର୍କ, ୨୩।୫: ଜାପାନର ମହିଳା ଟେନିସ ତାରକା ନାଓମି ଓସାକା ବିଶ୍ୱର ସବୁଠାରୁ ଅଧିକ ଆୟକାରୀ ମହିଳା ଆଥଲେଟ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି କ୍ରମରେ ସେ ଆମେରିକାର ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସଙ୍କୁ ପଛରେ ପକାଇଛନ୍ତି। ୨୦୧୮ରେ ୟୁଏସ୍‌ ଓପନ୍‌ ଓ ୨୦୧୯ରେ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟାଇଟଲ ଜିତିଥିବା ୨୨ ବର୍ଷୀୟା ଓସାକା ଗତବର୍ଷ ପୁରସ୍କାର ରାଶି ତଥା ବିଜ୍ଞାପନ ମାଧ୍ୟମରେ ୩୭.୪ ମିଲିୟନ ଆମେରିକୀୟ ଡଲାର ବା ୨୮୪ କୋଟି ଟଙ୍କା ଆୟ କରିଥିଲେ। ସର୍ବାଧିକ ଆୟକାରୀ ଆଥଲେଟମାନଙ୍କୁ ନେଇ ଜଣାଶୁଣା ପତ୍ରିକା ଫୋବର୍‌ସ ମାଗାଜିନ୍‌ ଏକ ତାଲିକା ପ୍ରକାଶ କରିଛି। ଗତ ୧୨ ମାସ ମଧ୍ୟରେ ଓସାକା ସର୍ବାଧିକ ଆୟ କରିଛନ୍ତି। ଗତ ୪ ବର୍ଷଧରି ସେରେନା ଶୀର୍ଷରେ ରହିଆସୁଥିଲେ। ତେବେ ସେରେନାଙ୍କଠାରୁ ଓସାକା ଅଧିକ ୧.୪ ମିଲିୟନ ଡଲାର ଅର୍ଥ ଉପାର୍ଜନ କରିଛନ୍ତି। ୨୦୧୫ରେ ରୁଷିଆର ମାରିଆ ସାରାପୋଭା ୨୯.୭ ମିଲିୟନ ଆମେରିକୀୟ ଡଲାର ଆୟ କରି ରେକର୍ଡ କରିଥିଲେ। ତେବେ ସେରେନା ଓ ଓସାକା ସାରାପୋଭାଙ୍କ ରେକର୍ଡକୁ ଭାଙ୍ଗିବାରେ ସକ୍ଷମ ହୋଇଛନ୍ତି। ୧୯୯୦ରୁ ଫୋବର୍‌ସ ମାଗାଜିନ୍‌ରେ ସେରେନା ଏବଂ ୨୦୦୪ରୁ ସାରାପୋଭା ଶୀର୍ଷରେ ରହିଆସୁଥିଲେ।
୨୦୧୮ ୟୁଏସ୍‌ ଓପନ୍‌ ଫାଇନାଲରେ ସେରେନାଙ୍କୁ ହରାଇ ଟାଇଟଲ ଜିତିବା ସହ ଓସାକା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେରେନା ଏପର୍ଯ୍ୟନ୍ତ ୨୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ଜାପାନର ପ୍ରତିନିଧିତ୍ୱ କରିବେ। ଫ୍ଲୋରିଡାରେ ରହୁଥିବା ଓସାକାଙ୍କ ମା ଜାପାନୀ ହୋଇଥିବା ବେଳେ ପିତା ହାଇତି- ଆମେରିକୀୟ। ଆକ୍ରମଣାତ୍ମକ ଶୈଳୀରେ ଖେଳୁଥିବା ଓସାକା ଏବେ ବିଶ୍ୱର ସବୁଠାରୁ ମାର୍କେଟେବଲ ଆଥଲେଟ ଭାବେ ଜଣାଶୁଣା। ଷ୍ଟାବଲ ମ୍ୟାନେଜମେଣ୍ଟ ଗ୍ରୁପ୍‌ ଆଇଏମ୍‌ଜି ସହିତ ସାମିଲ ଥିବା ଓସାକା ନାଇକ୍‌, ନିଶାନ ମୋଟର୍ସ, ଶିସେଇଡୋ ଓ ୟୋନେକ୍ସ ଭଲି ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ସହିତ ଜଡିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri